ଦୈନିକ ରାଶିଫଳ: 07 ଅଗଷ୍ଟ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୭ତାରିଖ, ରବିବାର, କର୍କଟମାସ ୨୨ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଦଶମୀତିଥି, ଅନୁରାଧା ନକ୍ଷତ୍ର ଦିବା ୪ଟା ୨୯ମିନିଟ୍ ପରେ ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ଦିବା ୧୦ଟା ୧ମିନିଟ୍ ପରେ ଇନ୍ଦ୍ର ଯୋଗ । ତୈତିଳ କରଣ ଦିବା ୧ଟା ୫ମିନିଟ୍ ପରେ ଗର କରଣ । ମେଷ ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ ରାତି ୧୧ଟା ୫୧ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୧୧ଟା ୫୧ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୨୮ମିନିଟ୍, ରାତ୍ରି ୧ଟା ୧୬ମିନିଟ୍ ରୁ ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୧ଟା ୫୯ମିନିଟ୍, ସନ୍ଧ୍ୟା ୭ଟା ୨ମିନିଟ୍ ରୁ ରାତ୍ର ୯ଟା ୧୪ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୧୫ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ରାତ୍ର ୩ଟା ୧୩ମିନିଟ୍ । ପର୍ବଦିନ- ରବୀନ୍ଦ୍ରନାଥ ଠାକୁରଙ୍କ ତିରୋଧାନ ଦିବସ ।

ମେଷ:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ଦୂରଯାତ୍ରା କରି ମନ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଅଚାନକ ଭାବରେ ଦୂରଯାତ୍ରା କରିବା ସହ ଆର୍ଥିକ ବୃଦ୍ଧି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ଶାରୀରିକ ଅସୁସ୍ଥତା ଓ ମନରେ ଭୟ ଆଶଙ୍କା ଦୂରେଇଯିବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ଛାତ୍ର-ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସଭାସମିତି ଓ କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଶରୀର ସୁସ୍ଥ ରହିବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!