ଦୈନିକ ରାଶିଫଳ: 07 ଡିସେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୭ତାରିଖ, ସୋମବାର, ବିଛାମାସ ୨୨ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୩ମିନିଟ୍ ରୁ ୭ଟା ୩୨ମିନିଟ୍, ଦିବା ୯ଟା ୭ମିନିଟ୍ ରୁ ୧୧ଟା ୧୫ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ୧୦ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମାନସମ୍ମାନ, ଯଶ, କୀର୍ତ୍ତି ଓ ପ୍ରତିଷ୍ଠାରେ ବୃଦ୍ଧି ହେବ । ପରିବାର ଜନଙ୍କ ସହିତ ନିଜର ସମସ୍ତ ଦୁଃଖ ଭୁଲିଯାଇଜୀବନ ଆନନ୍ଦମୟ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । କୋର୍ଟ-କଚେରୀ ସମ୍ବନ୍ଧୀୟ ମାମଲା ସୁଧୁରିବ । ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଶତୃମାନେ ଦୁର୍ବଳ ହେବା ସହ ଆର୍ଥିକ ଦିଗରୁ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ । ଅଟକିଥିବା ଟଙ୍କା ଅଚାନକ ପ୍ରାପ୍ତ ହେବା ଦ୍ଵାରା ମନ ହର୍ଷିତ ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସମ୍ବନ୍ଧରେ ଅଧିକ ମଧୁରତା ଆସିବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ଯା ଆଦିରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-

ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବା ସହ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ଉଚିତ୍ ସାଧନରେ ଧନପ୍ରାପ୍ତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ । ଘରର ମୁଖ୍ୟଙ୍କ ସ୍ଵାସ୍ଥ୍ୟକୁ ନେଇ ଯେଉଁ ଚିନ୍ତା ଥିଲା ସେଥିରୁ ମୁକ୍ତି ମିଳିବ । ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତିରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ର ରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ । ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ଶୁଭ ସମାଚାର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ମାଲିମୋକଦ୍ଦମା, ପରୀକ୍ଷା ପ୍ରତୀଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଋଣ ଭାରରୁ ମୁକ୍ତି ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ବିଦ୍ୟାର୍ଥୀଙ୍କ ପାଇଁ ସୁସମୟ ଭୋଗ ହେବ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ ଓ ପ୍ରାର୍ଥନା ପାଇଁ ସମୟ ଦେବେ । ଦୂରଯାତ୍ରା କରିବେ ଓ ଆତ୍ମବିଶ୍ଵାସରେ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ଜାଗ୍ରତ ହେବ । କଠିନ ପରିଶ୍ରମ ଦ୍ଵାରା ସଫଳତା ପାଇବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ କାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚ ସମ୍ମାନ ପାଇବା ସହ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖଶାନ୍ତି ବୃଦ୍ଧି ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!