ଦୈନିକ ରାଶିଫଳ: 07 ଡିସେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୭ତାରିଖ, ବୁଧବାର, ବିଛାମାସ ୨୨ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି ସକାଳ ୮ଟା ୧ମିନିଟ୍ ପରେ ପୂର୍ଣ୍ଣିମାତିଥି, କୃତ୍ତିକା ନକ୍ଷତ୍ର ଦିବା ୧୦ଟା ୨୫ମିନିଟ୍ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ସିଦ୍ଧ ଯୋଗ। ବାଣିଜ୍ୟ କରଣ ସକାଳ ୮ଟା ୧ମିନିଟ୍ ପରେ ବିଷ୍ଟି କରଣ। କର୍କଟ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ସକାଳ ୮ଟା ୧ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ସକାଳ ୮ଟା ୧ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୫୫ମିନିଟ୍ ରୁ ଦିବା ୧୦ଟା ୧୬ମିନିଟ୍, ଦିବା ୧୧ଟା ୩୭ମିନିଟ୍ ରୁ ଦିବା ୧୨ଟା ୫୯ମିନିଟ୍, ରାତ୍ରି ୨ଟା ୫୫ମିନିଟ୍ ରୁ ୪ଟା ୩୪ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୩ମିନିଟ୍ ରୁ ୮ଟା ୨୧ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧୧ଟା ୩୬ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୩ଟା ୩୫ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ୬ଟା ୪୭ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୨ଟା ୫୪ମିନିଟ୍, ରାତ୍ର ୪ଟା ୩୫ମିନିଟ୍ ରୁ ୬ଟା ୧୧ମିନିଟ୍। ପର୍ବଦିନ- ପଣ୍ଡୁ ଓଷା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପୁରାତନ ରୋଗର ଉପଶମ ହୋଇଯିବାସହ କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବାସହ ଧାର୍ମିକ ଅନୁଷ୍ଠାନରୁ ପ୍ରେରଣା ପାଇ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ଉଚିତ୍ ଲାଭ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ବୃଷ:-ସମ୍ପର୍କୀୟଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପରିବାରର ସମସ୍ୟା ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ। କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନା ପାଇ ଖୁସି ହୋଇଯିବେ। ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଚରଣ ଓ ଉଚ୍ଚାରଣରେ ସାଧାରଣ ଲୋକମାନେ ବଶୀଭୂତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିସ୍ଥିତି ଉପରେ କ୍ରୋଧିତ ହେବା ପରିବର୍ତ୍ତେ, ଶାନ୍ତ ଭାବରେ ଏହାର ମୁକାବିଲା କରନ୍ତୁ। ସମ୍ପର୍କୀୟଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡିପାରେ। ବ୍ୟବସାୟୀମାନେ କଠିନ ପରିଶ୍ରମ କରିବା ଫଳରେ ବିଶେଷ ଲାଭ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପ ଉପରେ ନଜର ରଖି ଖୁସିହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଉନ୍ନତି ହେତୁ ମନ ଖୁସି ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ଅତୀତରେ ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକ ଭଲ ଲାଭଦେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।କ୍ୟାରିୟର ଦୃଷ୍ଟିକୋଣରୁ ବହୁତ ଲାଭଦାୟକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ସାଙ୍ଗସାଥିଙ୍କ ସମ୍ପର୍କରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ବହୁବିଧ ସୁଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବାକୁ ଚେଷ୍ଟା କରିବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ନିଜର କାର୍ଯ୍ୟ ପ୍ରତି ଉତ୍ସର୍ଗୀକୃତ ହୋଇ ଅଧିକ ପରିଶ୍ରମ ଯୋଗେ ସମ୍ମାନ ପାଇବେ। ଆତ୍ମନିର୍ଭରଶୀଳ ହୋଇ ଅନେକ ସମସ୍ୟା ନିଜେ ସମାଧାନ କରିପାରିବେ। ଦାମ୍ପତ୍ୟ ଜୀବନର ଚାପ ଦୂର ହୋଇ ପରିବାରର ପରିବେଶ ସୁଖଦପୂର୍ଣ୍ଣ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଆଇନଗତ ପ୍ରସଙ୍ଗରେ ସାବଧାନ ରହିଲେ ଆପଣଙ୍କର ପ୍ରତିଷ୍ଠା ବୃଦ୍ଧି ପାଇବ। କୌଶଳ ସହିତ ବଡଧରଣର ବ୍ୟବସାୟ ପାଇଁ ଚୁକ୍ତିନାମା କାର୍ଯ୍ୟକାରୀ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। କ୍ୟାରିୟର ସମ୍ବନ୍ଧରେ ନିଜର ଚିନ୍ତାଧାରାରେ ସ୍ୱଚ୍ଛତା ରହିବ। ପିଲାମାନଙ୍କର ଖରାପ ଅଭ୍ୟାସକୁ ଅଣଦେଖା କରନ୍ତୁ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରହିବା ସହ ବିରୋଧୀମାନେ ଦୂରେଇଯିବେ। ଅସୁସ୍ଥତାରୁ ଆରାମ ପାଇ ଭବିଷ୍ୟତ ଯୋଜନା ବିଷୟରେ ଉତ୍ସାହିତ ହେବେ। ସମ୍ପର୍କୀୟ ମାନଙ୍କ ସହିତ ଭଲରେ ସମୟ ଅତିବାହିତ କରି ପାରିବେ। କମ୍ ସମୟ ମଧ୍ୟରେ ଏକ ବଡ଼ ସଫଳତା ପାଇ ସନ୍ତୁଷ୍ଟ ହେବେ। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଉତ୍ସାହିତ ହୋଇ ପାରନ୍ତି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ରାଜନୀତିରେ ସଫଳତା ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ। ବନ୍ଧୁ ବାନ୍ଧବ ଓ ଶୁଭେଚ୍ଛୁମାନେ ସାହାଯ୍ୟ ସହଯୋଗ କରିବେ। ବିଚକ୍ଷଣ ଚିନ୍ତାଧାରାକୁ ପ୍ରୟୋଗ କରି ଜୀବନର କିଛି ତିକ୍ତ ସତ୍ୟ ଅନୁଭୂତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!