ସାପ୍ତାହିକ ରାଶିଫଳ: ଡିସେମ୍ବର 07 ତାରିଖ ରୁ ଡିସେମ୍ବର 13 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭର ମାର୍ଗ ପ୍ରଶସ୍ଥ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରିବାରକୁ ସଜାଡ଼ି ନେବା ଫଳରେ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ନିରାଶା ଭାବ ଦୂର ହୋଇ ମନର ସ୍ଥିତି ସାମାନ୍ୟ ବଦଳିଯିବ । ଦୂରଯାତ୍ରା କରିବା ଫଳରେ ଆଶା ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ । ଋଣରୁ ମୁକ୍ତି ମିଳିବ । ବାଦବିବାଦ ପ୍ରତିଯୋଗୀତା, ପରୀକ୍ଷା, ଖେଳ, ରାଜନୀତି ଓ ମାଲିମକଦ୍ଦମାରେ ବିଜୟୀ ହେବେ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗି ପାରନ୍ତି । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:- ଏସପ୍ତାହରେ ଆୟରସ୍ରୋତ ଖୋଲିଯିବ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ ଓ ଅଚାନକ ଧନ ପ୍ରାପ୍ତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ:- ଏସପ୍ତାହରେ ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବନ୍ଧୁଙ୍କ ସହଯୋଗ ପାଇ ପରିବାରର କେତେକ ସମସ୍ୟା ସମାଧାନ ହୋଇ ସୁଖପ୍ରାପ୍ତି ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ ।

କର୍କଟ:- ଏସପ୍ତାହରେ ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରନ୍ତି । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ଏସପ୍ତାହରେ ଶୁଭ ସମାଚାର ପାଇ ଖୁସି ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆଶା ଜଣକ ଲାଭ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଶତୃ ନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ଶରୀର ସୁସ୍ଥ ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ମିତ୍ରଙ୍କଠାରୁ ସହଯୋଗ ପାଇ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆୟରସ୍ରୋତ ବୃଦ୍ଧିହେବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କୃଷି କ୍ଷେତ୍ରରେ ସଫଳତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:- ଏସପ୍ତାହରେ ଶୁଭ ସମାଚାର ମିଳିବା ସହ ନିଜଲୋକମାନେ ସାହାଯ୍ୟ କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଏସପ୍ତାହରେ ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବାସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:- ଏ ସପ୍ତାହର ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଗୃହରେ ଥିବା କଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୈତିକ କ୍ଷେତ୍ରରେ ନିଜର ଏକ ନିମ୍ନ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:- ଏ ସପ୍ତାହରେ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରା କରିବେ । ଋଣରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ । ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!