ଦୈନିକ ରାଶିଫଳ: 07 ଫେବୃୟାରୀ ୨୦୨୧, ସୂର୍ଯ୍ୟଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୭ତାରିଖ, ରବିବାର, ମକରମାସ ୨୫ଦିନ, ମାଘମାସ, କୃଷ୍ଣପକ୍ଷ, ଦଶମୀତିଥି, ପ୍ରାତଃ ୬ଟା ୨୬ମିନିଟ୍ ଗତେ ଏକାଦଶୀତିଥି କ୍ଷୟ, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଦିବା ୪ଟା ୧୪ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ପ୍ରାତଃ ୬ଟା ୨୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ-ପ୍ରାତଃ ୬ଟା ୨୪ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୩୦ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧୨ଟା ୨୭ମିନିଟ୍ ରୁ ୧ଟା ୩୫ମିନିଟ୍ । ପର୍ବଦିନ- ସ୍ମାର୍ତ୍ତସମ୍ମତ ଷଟ୍ ତିଳା ଏକାଦଶୀ, ଓଳାଷୁଣୀ ଯାତ୍ରା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଅଚାନକ ଧନପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ:-

ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃ ଓ ବିରୋଧିମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଆୟ ଉପାର୍ଜନରେ ବାଧାନାହିଁ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଆର୍ଥିକସ୍ଥିତି ସନ୍ତୋଷ ପ୍ରଦହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ କରଜର ମାତ୍ରା ହ୍ରାସ ପାଇବ । ଗୃହ, ଜାଗାଜମି ସମସ୍ୟାର ସମାଧାନ ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ, ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟକ୍ଷେତ୍ରରେ ଶତୃମାନେ ପରାଜିତହେବେ । ମାନସିକ ଅଶାନ୍ତି ଦୂରହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!