ଦୈନିକ ରାଶିଫଳ: 07 ଫେବୃୟାରୀ 2023, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୭ତାରିଖ, ମଙ୍ଗଳବାର, ମକରମାସ ୨୫ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି, ମଘା ନକ୍ଷତ୍ର ସନ୍ଧ୍ୟା ୫ଟା ୪୪ମିନିଟ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ଶୋଭନ ଯୋଗ ଦିବା ୪ଟା ୨ମିନିଟ୍ ପରେ ଅତିଗଣ୍ଡ ଯୋଗ। ତୈତିଳ କରଣ ଦିବା ୩ଟା ୨୫ମିନିଟ୍ ପରେ ଗର କରଣ। ମକର ରାଶିର ଘାତବାର। କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ବୋଇତିକଖାରୁ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ରାତ୍ରି ୪ଟା ୨୮ମିନିଟ ପରେ ଆଗ୍ନେୟ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୪୭ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୪୯ମିନିଟ୍, ସନ୍ଧ୍ୟା ୭ଟା ୧୩ମିନିଟ୍ ରୁ ରାତ୍ରି ୮ଟା ୪୯ମିନିଟ୍। ଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ଦିବା ୧୦ଟା ୫୩ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ଦିବା ୪ଟା ୫୩ମିନିଟ୍, ସନ୍ଧ୍ୟା ୫ଟା ୩୮ମିନିଟ୍ ରୁ ୬ଟା ୨୯ମିନିଟ୍, ରାତ୍ର ୯ଟା ୨ମିନିଟ୍ ରୁ ରାତ୍ର ୧୧ଟା ୩୫ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ୩ଟା ୫୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦେଖାଦେବ। ରାଜନେତାମାନେ ଉତ୍ସାହିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ। ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସତର୍କତା ଅବଲମ୍ବନ ନକଲେ ଦୂର ଯାତ୍ରାରେ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ ବା କ୍ରୟ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

କନ୍ୟା:- ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀ ଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ଧନୁ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ସୁଖଭୋଗ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରି ପାରନ୍ତି। ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ।ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା ଫଳରେ କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନୂତନ ଦ୍ରବ୍ୟାଦି ଲାଭ ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!