୨୦୨୩ମସିହା, ଜାନୁୟାରୀ ମାସ ୭ତାରିଖ, ଶନିବାର, ଧନୁମାସ ୨୩ଦିନ, ମାଘମାସ, କୃଷ୍ଣପକ୍ଷ, ପ୍ରତିପଦତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ଚନ୍ଦ୍ର, ରାତ୍ରି ୮ଟା ୨୩ମିନିଟ୍ ପରେ କର୍କଟ ରାଶିରେ ଚନ୍ଦ୍ର । ଇନ୍ଦ୍ରଯୋଗ ଦିବା୮ଟା ୫୪ମିନିଟ୍ ପରେ ବୈଧୃତି ଯୋଗ । ବାଳବ କରଣ ସନ୍ଧ୍ୟା ୫ଟା ୫୨ମିନିଟ୍ ପରେ କୌଳବ କରଣ । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧ଟା ୧୪ମିନିଟ୍ ରୁ ୨ଟା ୩୫ ମିନିଟ, ଦିବା ୩ଟା ୫୮ମିନିଟ୍ ରୁ ୬ଟା ୫୭ମିନିଟ୍, ରାତ୍ର ୪ଟା ୪୮ମିନିଟ୍ ରୁ ୬ଟା ୨୭ମିନିଟ୍ । ଶୁଭସମୟ- ସକାଳ ୭ଟା ୫୩ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୧ଟା ୧୪ମିନିଟ୍, ଦିବା ୨ଟା ୩୫ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୩ଟା ୫୧ମିନିଟ୍ ରୁ ୩ଟା ୫୭ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ୩ଟା ୪୯ମିନିଟ୍ । ପର୍ବଦିନ- ମାଘ ବ୍ରତ ଆରମ୍ଭ ।
ମେଷ:-ଶୁଭକାମ କରି ପ୍ରଶଂସିତ ହେବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହି ପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବାସହ ଆଶାଜନକ ଲାଭ ପ୍ରାପ୍ତିହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକସ୍ଥିତି ସୁଦୃଢ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ । କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସମାଜର ବୁଦ୍ଧିଜୀବୀ ମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-ପରିଚାଳନା କାର୍ଯ୍ୟ ସହିତ ଜଡିତ ଲୋକମାନେ ସବୁ ପ୍ରକାର ସୁବିଧା ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । କର୍ମଜୀବିମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କର୍ମକ୍ଷେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଉତ୍ସାହିତ ହେବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବନ୍ଧୁ, ମିତ୍ରଙ୍କ ସହଯୋଗରେ ରୋଜି-ରୋଜଗାରର ଉଚିତ୍ ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସାମାଜିକ ପତିଆରା ଅମଳିନ ରହିବ ଓ ଜନସେବା ଦ୍ଵାରା ସୁନାମପ୍ରାପ୍ତି ହେବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁଭାବେ ତୁଲାଇ ପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।