ଦୈନିକ ରାଶିଫଳ: ୦୭ ଜୁଲାଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୭ ତାରିଖ, ମଙ୍ଗଳବାର, ମିଥୁନ ମାସ ୨୩ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି, ଦିବା ୯ଟା ୩ମିନିଟ୍ ଗତେ ତୃତୀୟା ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ, ଦିବା ୯ଟା ୩ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୫୪ମିନିଟ୍, ସକାଳ ୯ଟା ୪୧ମିନିଟ୍ ରୁ ୧୨ଟା ୧୬ମିନିଟ୍, ଦିବା ୪ଟା ୪୮ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୯ଟା ୯ମିନିଟ୍ ରୁ ୧୦ଟା ୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଶତୃମାନେ  ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ ଓ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବରିଷ୍ଠ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ପରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ମନ ଖୁସି ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଆୟ ଉପାର୍ଜନର ବୃଦ୍ଧି ହୋଇ ଗୃହପୋକରଣ କ୍ରୟ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ବ୍ୟବସାୟରେ ସାମାନ୍ୟ ଉନ୍ନତି ହେବା ଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକା ମାନେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ରାଜନେତା ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ବୃଦ୍ଧି ପାଇଲେ ମଧ୍ୟ ମଧୁର ସ୍ୱାଦ ଅନୁଭବ କରିବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟାପାର କାରବାରରେ ସୁଧାର ଆସି ବ୍ୟବସାୟରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ।  ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!