ଦୈନିକ ରାଶିଫଳ: 07 ଜୁଲାଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୭ ତାରିଖ, ବୁଧବାର, ମିଥୁନ ମାସ ୨୩ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ, ଗର କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୩ଟା ୨୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୮ଟା ୩୪ମିନିଟ୍ ରୁ ଦିବା ୧୦ଟା ୧୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍ । ରାତ୍ରି ୨ଟା ୩୪ମିନିଟ୍ ରୁ ରାତି ୩ଟା ୫୬ମିନିଟ୍ । ଶୁଦ୍ଧଶୁଭସମୟ- ସକାଳ ୭ଟା ୫୫ମିନିଟ୍ ରୁ ୮ଟା ୩୩ମିନିଟ୍, ଦିବା ୧୦ଟା ୧୩ମିନିଟ୍ ରୁ ୧୧ଟା ୨୪ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୨ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୩ମିନିଟ୍ । ପର୍ବଦିନ- ପଠାଣି ସାମନ୍ତଙ୍କ ତିରୋଧାନ ତିଥି ।

ମେଷ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଦାମ୍ପତ୍ୟସୁଖ ବୃଦ୍ଧିହେବା ସହ ପରିବାରରେ ଶାନ୍ତି ବିରାଜମାନ କରିବ । କିଛି ନୂଆ ସୁଯୋଗ ଆସିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଫାଇଦା ଉଠାଇବା ସହ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହୋଇପାରେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ମିଥୁନ:-

ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ନୂତନ ଯୋଜନା ପ୍ରସ୍ତୁତ କରି ରାଜନୀତିରେ ଫାଇଦା ଉଠାଇବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

କର୍କଟ:-

ଧନ ଲାଭ ହେବାରୁ ମନ ଖୁସି ରହିବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସୁସମ୍ପର୍କ ରହିବ । ଧର୍ମାନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବ । ରାଜନୀତି କ୍ଷେତ୍ରରେ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ । ପାରିବାରିକ ଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ରୋଜଗାର ସମସ୍ୟା ସୁଧୁରି ଯିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ ବଢିବା ଫଳରେ ପ୍ରଶଂସା ପାଇବେ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ । ଆୟ ଉପାର୍ଜନରେ ବାଧାନାହିଁ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ବନ୍ଧୁ, ମିତ୍ର ଓ ସହକର୍ମୀଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ, ଯଶକୀର୍ତ୍ତୀରେ ବୃଦ୍ଧି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-

ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କୁମ୍ଭ:-

ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇ ଯିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ବିରାଟ ଯୋଜନାର ସଂକଳ୍ପ ନେବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!