୨୦୨୨ମସିହା, ଜୁଲାଇମାସ ୭ତାରିଖ, ଗୁରୁବାର, ମିଥୁନମାସ ୨୩ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ହସ୍ତାନକ୍ଷତ୍ର ଦିବା ୧୨ଟା ୧୮ମିନିଟ୍ ପରେ ଚିତ୍ରାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ପରିଘ ଯୋଗ ଦିବା ୧୦ଟା ୩୭ମିନିଟ୍ ପରେ ଶିବ ଯୋଗ । ବିଷ୍ଟି କରଣ ସକାଳ ୭ଟା ୪୪ମିନିଟ୍ ପରେ ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୮ମିନିଟ୍ ରୁ ସନ୍ଧ୍ୟା ୬ଟା ୨୬ମିନିଟ୍, ରାତ୍ରି ୧୧ଟା ୫୧ମିନିଟ୍ ରୁ ରାତ୍ରି ୧ଟା ୧୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୮ମିନିଟ୍, ଦିବା ୯ଟା ୪୧ମିନିଟ୍ ରୁ ୧୧ଟା ୨୪ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ୯ଟା ୧୯ମିନିଟ୍, ରାତ୍ର ୧ଟା ୧୪ମିନିଟ୍ ରୁ ୨ଟା ୨୨ମିନିଟ୍, ରାତ୍ର ୩ଟା ୫୧ମିନିଟ୍ ରୁ ୫ଟା ୧୬ମିନିଟ୍ । ପର୍ବଦିନ- ପରଶୁରାମାଷ୍ଟମୀ ।
ମେଷ:-ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବୃଷ:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ବିଦ୍ୟାକ୍ଷେତ୍ରରେ ବିଜୟ ପ୍ରାପ୍ତ ହୋଇ ପ୍ରଶଂସା ପାଇବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ପଢିବା, ପଢେଇବାରେ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କେହି କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
ସିଂହ:-ବନ୍ଧୁଙ୍କ ଆଗମନ ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତିରେ ସଫଳତା ମିଳିବା ସହ ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହୋଇ ପାରିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଉଚ୍ଚାଧିକାରୀ, ସହକର୍ମୀଙ୍କ ସହଯୋଗରେ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ତୁଳା:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ଧନୁ:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଖେଳ, କୁଦ ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-ନିଜର ଯୋଗ୍ୟତା ଓ ଦକ୍ଷତାର ଉପଯୋଗ କରିବାରେ ସକ୍ଷମ ହେବ । ଲେଖା ଏବଂ ଗଣମାଧ୍ୟମ ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । ଅସମାପ୍ତ କାର୍ଯ୍ୟଗୁଡ଼ିକୁ ସଂପୂର୍ଣ୍ଣ କରିବାକୁ ଆଗ୍ରହୀ ହେବେ । ଯଥାକ୍ଷେତ୍ରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି କଲେ ସମୟ ବହୁତ ଭଲ ରହିବ । ଆଜିର ସମୟ ପରିବାର ଜନଙ୍କ ସହିତ ମନୋରଞ୍ଜନରେ ଅତିବାହିତ କରି ପାରନ୍ତି । ନୂତନ ଶାସ୍ତ୍ର ଶିଖିବା ପାଇଁ ଦିନଟି ଉତ୍କୃଷ୍ଟ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ମାନସିକ ଶାନ୍ତି ମିଳିବ । ସାଙ୍ଗସାଥି ମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଭବିଷ୍ୟତ ପାଇଁ ଯୋଜନା କରି କେତେକ କ୍ଷେତ୍ରରେ ଅର୍ଥ ବିନିଯୋଗ କରି ପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ଲାଭ ପାଇ ମନ ଆନନ୍ଦ ହେବ । ବଡ଼ ଲକ୍ଷ୍ୟ ହାସଲ କରିବା ପାଇଁ ଅପରିଚିତ ଲୋକଙ୍କୁ ଅଧିକ ବିଶ୍ଵାସ କଲେ କ୍ଷତିହେବନାହିଁ । ସମ୍ପର୍କୀୟମାନେ ଘରକୁ ଆସିପାରନ୍ତି । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।