ଦୈନିକ ରାଶିଫଳ: 07 ଜୁନ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୭ତାରିଖ, ମଙ୍ଗଳବାର, ବୃଷମାସ୨୪ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ସପ୍ତମୀତିଥି ପ୍ରାତଃ ୭ଟା ୫୫ମିନିଟ୍ ପରେ ଅଷ୍ଟମୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବଜ୍ର ଯୋଗ ନିଶାନ୍ତ ୪ଟା ୨୬ମିନିଟ୍ ପରେ ସିଦ୍ଧି ଯୋଗ । ବାଣିଜ୍ୟ କରଣ ପ୍ରାତଃ ୭ଟା ୫୫ମିନିଟ୍ ପରେ ବିଷ୍ଟି କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ସକାଳ ୭ଟା ୫୫ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସକାଳ ୭ଟା ୫୫ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ରୁ ୪୯ମିନିଟ୍ ରୁ ଦିବା ୮ଟା ୨୮ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ଦିବା ୩ଟା ୨ମିନିଟ୍, ରାତ୍ରି ୭ଟା ୪୧ମିନିଟ୍ ରୁ ୯ଟା ୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୮ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ଦିବା ୧୨ଟା ୧୦ମିନିଟ୍, ଦିବା ୪ଟା ୪୨ମିନିଟ୍ ରୁ ୫ଟା ୨୬ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ୭ଟା ୨ମିନିଟ୍, ରାତ୍ର ୧୨ଟା ୮ମିନିଟ୍ ରୁ ରାତ୍ର ୨ଟା ୧୬ମିନିଟ୍ ।

ମେଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ ଓ ମାନ-ସମ୍ମାନ ବୃଦ୍ଧି ହେବ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । କୌଣସି ସମ୍ମିଳନୀରେ ଯୋଗଦେଇ ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:- ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ଅପ୍ରତ୍ୟାଶିତ ଘଟଣା ଘଟିବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ । ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତାଭାବ ଆଚରଣ କରିବେ । ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଯାତ୍ରା ଫଳରେ ଉତ୍ସାହିତ ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉତ୍ତମ ରୋଜଗାର କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ନୂଆ ଯୋଜନାରେ ସଫଳହେବେ । ଉଚିତ୍ ପରାମର୍ଶ ପାଇ ହରେଇ ଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବା ଯୋଗେ ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଦ୍ରବ୍ୟ କ୍ରୟ କରି ମାନସିକ ଶାନ୍ତି ମିଳିବ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ଦେଖାଦେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ଶୁଭ ସମ୍ବାଦ ପାଇବେ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବା ପାଇଁ ଚିନ୍ତା କରିବେ । ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପ୍ରେମିକ ପ୍ରେମିକା ମାନେ ଶୁଭ ସମ୍ବାଦ ପାଇ ଖୁସିହେବେ । ବିଦ୍ୟା କ୍ଷେତ୍ରରେ ମନଯୋଗ ଦେବା ଫଳରେ ପ୍ରବଳ ଉନ୍ନତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!