୨୦୨୩ ମସିହା, ମାର୍ଚ୍ଚମାସ ୭ ତାରିଖ, ମଙ୍ଗଳବାର, କୁମ୍ଭମାସ୨୩ ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ପୂର୍ଣ୍ଣିମାତିଥି ସନ୍ଧ୍ୟା ୬ଟା ୧୦ ମିନିଟ ପରେ ପ୍ରତିପଦତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର। ଧୃତି ଯୋଗ। ବବ କରଣ ସନ୍ଧ୍ୟା ୬ଟା ୧୦ମିନିଟ୍ ପରେ ବାଳବ କରଣ। ମକର ରାଶିର ଘାତବାର। କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ଆମିଷ, ତୈଳ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୧୦ ମିନିଟ ପରେ ପାଣିକଖାରୁ ନ ଖାଇଲେ ଭଲ। ଯୋଗିନୀ-ବାୟବ୍ୟେ ସନ୍ଧ୍ୟା ୬ଟା ୧୦ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୩୩ମିନିଟ୍ ରୁ ୯ଟା ୧ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୧ମିନିଟ୍ ରୁ ୮ଟା ୫୩ମିନିଟ୍। ଶୁଭସମୟ- ଦିବା ୯ଟା ୧ମିନିଟ୍ ରୁ ୧୦ଟା ୪୭ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା ୦୩ମିନିଟ୍, ସନ୍ଧ୍ୟା ୫ଟା ୫୦ମିନିଟ୍ ରୁ ୬ଟା ୩୯,ରାତ୍ର ୯ଟା ୬ମିନିଟ ରୁ ୧୧ଟା ୩୩ମିନିଟ୍। ରାତ୍ରି ୧୨ଟା ରୁ ୩ଟା ୩୭ ମିନିଟ । ପର୍ବଦିନ- ଦୋଳ ପୂର୍ଣ୍ଣିମା, ବସନ୍ତୋତ୍ସବ, ମଙ୍ଗଳ ପୂର୍ଣ୍ଣିମାବ୍ରତ।
ମେଷ:-ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବସ୍ତୁ କ୍ରୟ କରିବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କନ୍ୟା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ତୁଳା:-କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଉତ୍ତମ ରୋଜଗାର ମିଳିବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରବା ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।
ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନମଧ୍ୟରେ ଉଙ୍କି ମାରି ପାରେ। ପାରିବାରିକ ପତିଆରା ଭଲ ରହିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ମକର:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
ମୀନ:-ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ବିଶେଷ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।