ଦୈନିକ ରାଶିଫଳ: 07 ମଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୭ ତାରିଖ, ଶୁକ୍ରବାର, ମେଷମାସ ୨୪ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ବିଛା, ଧନୁ ଓ ମୀନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ଶିମ୍ବ ନ ଖାଇଲେ ଭଲ, ଦିବା ୩ଟା ୩୨ ମିନିଟ୍ ପରେ ପୋଇ, ମସୁର ଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୯ମିନିଟ୍ ରୁ ୬ଟା ୮ମିନିଟ୍, ସକାଳ ୭ଟା ୧ମିନିଟ୍ ରୁ ୮ଟା ୨୯ମିନିଟ୍, ଦିବା ୧୨ଟା ୧୦ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ୬ଟା ୭ମିନିଟ୍, ରାତ୍ର ୭ଟା ୩୮ମିନିଟ୍ ରୁ ରାତ୍ର ୮ଟା ୫୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଆର୍ଥିକସ୍ଥିତିରେ ସୁଧାର ଆସିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ ଓ ମନପସନ୍ଦ ଜିନିଷପାଇ ଖୁସି ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ପ୍ରକାଶନ, ପ୍ରଶାସନ, ସଙ୍ଗଠନ ଓ ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ । ବିଶେଷ ଅଭାବ ନଥିଲେ ମଧ୍ୟ ଆତ୍ମୀୟଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ବୃଦ୍ଧି ପାଇବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । କର୍ତ୍ତୃପକ୍ଷଙ୍କର ସହାୟତା ମିଳିବା ଫଳରେ ନିଜ ବ୍ୟବହାର ଦ୍ୱାରା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ଶୁଭସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ବନ୍ଧୁମିଳନ, ତୀର୍ଥ ଭ୍ରମଣ ଓ ସାଂସ୍କୃତିକ କାର୍ଯ୍ୟରେ ଭାଗନେଇ ପାରନ୍ତି । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ନୂତନ ବନ୍ଧୁ ଭେଟ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପ୍ରେମିକ ପ୍ରେମିକାମାନେ ହସଖୁସିରେ ସମୟ ବିତାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳି ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-

ସ୍ଵାସ୍ଥ୍ୟକ୍ଷେତ୍ରରେ ଉନ୍ନତିହେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ମିଷ୍ଠାନ୍ନ ଭଣ୍ଡାର, ଫଟୋଗ୍ରାଫି, ବ୍ୟବସାୟୀ ମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକାମାନେ ହସଖୁସିରେ ସମୟ ବିତାଇବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ବାକ୍ୟ ସଂଯମତା ନ ରଖିଲେ ବିପଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଗୃହୋପକରଣ କ୍ରୟ କରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରି ଆର୍ଥିକ ସହାୟତା ପାଇ ପାରନ୍ତି । ହସ ଖୁସିରେ ସମୟ ବିତିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । କର୍ମକ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଧୈର୍ଯ୍ୟ ଓ ସଂଯମତା ରକ୍ଷା କରି ପାରିଲେ ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!