୨୦୨୨ ମସିହା, ମଇମାସ ୭ତାରିଖ, ଶନିବାର, ମେଷମାସ ୨୪ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଷଷ୍ଠୀତିଥି, ଦିବା ୨ଟା ୫୬ମିନିଟ୍ ଗତେ ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଶୂଳ ଯୋଗ ରାତି ୭ଟା ୫୭ମିନିଟ୍ ପରେ ଗଣ୍ଡ ଯୋଗ । ତୈତିଳ କରଣ ଦିବା ୨ଟା ୫୬ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୨ଟା ୫୬ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୨ଟା ୫୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୫୪ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ଦିବା ୨ଟା ୫୫ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ସନ୍ଧ୍ୟା ୬ଟା ୮ମିନିଟ୍ । ଶୁଭସମୟ- ଦିବା ୧୦ଟା ୮ମିନିଟ୍ ରୁ ୧୨ଟା ୫୯ମିନିଟ୍, ରାତ୍ର ୮ଟା ୨୩ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ୧ଟା ୩୩ମିନିଟ୍, ରାତ୍ର ୨ଟା ୨୦ମିନିଟ୍ ରୁ ରାତ୍ର ୩ଟା ୪୭ମିନିଟ୍ ।
ମେଷ:-ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜ ନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ମାନସିକ ଦୁଶ୍ଚିନ୍ତା ଦୂରହେବ । ନୂତନ ସମ୍ପତି କ୍ରୟ କରି ପାରନ୍ତି । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆଗ୍ରହ ବଢିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ଉପରିସ୍ଥଙ୍କୁ ଆପଣାର କରି ପରିବାର ଜନଙ୍କ କୃପାଭାଜନ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ବିଚ୍ଛା:-କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ନୂତନ ବସ୍ତୁ ଓ ବାହନ ଆଦି କ୍ରୟ କରି ପାରିବେ । ଅନେକ ସମସ୍ୟାର ସମାଧାନ ହୋଇ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ଘରପରିବାରକୁ ପ୍ରାଥମିକତା ଦେଇ ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବିବାଦୀୟ ପରିସ୍ଥିତି ଯୋଗୁ ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମକର:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ ଓ ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ:-ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ଶତୃପକ୍ଷ ଦୁର୍ବଳ ହୋଇଯିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।