ଦୈନିକ ରାଶିଫଳ: 7 ନଭେମ୍ବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୭ତାରିଖ, ଶନିବାର, ତୁଳାମାସ ୨୨ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପ୍ରାତଃ ୭ଟା ୨୩ମିନିଟ୍ ଗତେ ସପ୍ତମୀ ତିଥି, ପୁନର୍ବସୁ ନକ୍ଷତ୍ର, ସକାଳ ୮ଟା ୪ମିନିଟ୍ ଗତେ ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ପିତା ଦ୍ରବ୍ୟ ନ ଖାଇଲେ ଭଲ, ପ୍ରାତଃ ୭ଟା ୨୯ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୨୫ମିନିଟ୍ ରୁ ୮ଟା ୪୧ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୨୦ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୩ଟା ୪୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବୁଦ୍ଧିମାତା କାରଣରୁ କେତେକ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଶୁଭ ସମାଚାର ପାଇ ଖୁସି ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଅନେକ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆର୍ଥିକ ଚିନ୍ତା ଦୁରହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗିତା ପରୀକ୍ଷାରେ ମଧ୍ୟ ସଫଳତା ପାଇବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ଧର୍ମକର୍ମରେ ରୁଚି ରହିବା ଫଳରେ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ମଉଜମସ୍ତିରେ ସମୟ କଟିପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କୁମ୍ଭ:-

ସାମାଜିକ ଉତ୍ସବରେ ଯୋଗ ଦେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅପଣା ଲୋକଙ୍କ ସହଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସରକାରୀ ସାହାଯ୍ୟ ମିଳିପାରେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ନୂତନ କର୍ମ ନିଯୁକ୍ତିର ସୁଚନା ପାଇ ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!