ଦୈନିକ ରାଶିଫଳ: 07 ନଭେମ୍ବର 2022, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୭ତାରିଖ, ସୋମବାର, ତୁଳାମାସ ୨୨ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି ଦିବା ୪ଟା ୧୬ମିନିଟ୍ ପରେ ପୂର୍ଣ୍ଣିମାତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ସିଦ୍ଧି ଯୋଗ। ବାଣିଜ୍ୟ କରଣ ଦିବା ୪ଟା ୧୬ମିନିଟ୍ ପରେ ବିଷ୍ଟି କରଣ। ମିଥୁନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୪ଟା ୧୬ମିନିଟ୍ ପରେ ଆମିଷ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ଦିବା ୪ଟା ୧୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ରି ୯ଟା ୫୪ମିନିଟ୍ ରୁ ୧୧ଟା ୩୦ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୭ଟା ୧୭ମିନିଟ୍, ଦିବା ୮ଟା ୫୪ମିନିଟ୍ ରୁ ୧୧ଟା ୬ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୫୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୨୦ମିନିଟ୍। ପର୍ବଦିନ- କେଦାର ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ଶତୃମାନେ ଦୂରେଇ ଯିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। କାର୍ଯ୍ୟ କ୍ଷେତ୍ରରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ମାନସିକ ସ୍ଥିରତା ଦେଖାଦେବ। ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରିୟଜନଙ୍କସହ ମିଳନ ହେବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବା ସହ ଉତ୍ତରଦାୟିତ୍ୱ ବଢ଼ିଯିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଗୃହୋପକରଣ କ୍ରୟ କରିବେ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବା ସହ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ, କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ସରକାରୀ କାମରେ ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚିତ୍ ପରାମର୍ଶ ପାଇ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପିଲାମାନଙ୍କର ଅଗ୍ରଗତି ଦ୍ୱାରା ଉତ୍ସାହିତ ହେବେ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କେତେକ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!