ଦୈନିକ ରାଶିଫଳ: 07 ଅକ୍ଟୋବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୭ତାରିଖ, ଶୁକ୍ରବାର, କନ୍ୟାମାସ ୨୧ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ଦ୍ଵାଦଶୀତିଥି ସକାଳ ୭ଟା ୨୭ମିନିଟ୍ ପରେ କ୍ଷୟ ତ୍ରୟୋଦଶୀତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ବାଳବ କରଣ ସକାଳ ୭ଟା ୨୭ମିନିଟ୍ ପରେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ସକାଳ ୭ଟା ୨୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସକାଳ ୭ଟା ୨୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ୧୧ଟା ୩୪ମିନିଟ୍, ରାତ୍ରି ୮ଟା ୩୦ମିନିଟ୍ ରୁ ୧୦ଟା ୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୭ଟା ୧୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୮ଟା ୨୯ମିନିଟ୍, ରାତ୍ର ୧୨ଟା ରୁ ୧ଟା ୩୬ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୪ଟା ୩ମିନିଟ୍ ।

ମେଷ:-ଶାରିରୀକ ସୁସ୍ଥତା ଦେଖାଦେବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଭଲଲାଭପାଇ ଆର୍ଥିକ ଉନ୍ନତି ହେବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ସହଯୋଗ ପାଇ ପ୍ରଶଂସିତ ହେବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟସୁଖ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ବ୍ୟବସାୟରେ ଉନ୍ନତି ହେବ । ବକେୟା ଅର୍ଥ ପ୍ରାପ୍ତି ହୋଇ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ରଛାତ୍ରୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ବିଦ୍ୟା କ୍ଷେତ୍ରରେ ଶୁଭଫଳ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ.

ମିଥୁନ:-ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନଟି କଟିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ବିଜୟୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶତୃମାନେ ପରାଜିତ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କନ୍ୟା:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । .ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ଶାରିରୀକ ଅସୁସ୍ଥତା ଦୂର ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଅର୍ଥ ପ୍ରାପ୍ତି ହୋଇଯିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । କୋର୍ଟ କଚେରୀ ମାମଲାରେ ଫସିଯାଇ ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ମନର ଭାବ କେହି ଠିକ୍ ଭାବେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ସନ୍ତୋଷ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ । ପ୍ରତିକାର:-ତମ୍ବା ପଇସାଟିଏ ପାଖରେ ସବୁବେଳେ ରଖନ୍ତୁ ।

କୁମ୍ଭ:-ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବନ୍ ହେବେ । ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟର ମାତ୍ରା ବୃଦ୍ଧି ହେବ । ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ । ଚାକିରୀ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!