ଦୈନିକ ରାଶିଫଳ: 07 ସେପ୍ଟେମ୍ବର 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ୭ତାରିଖ, ବୁଧବାର, ସିଂହମାସ ୨୨ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ବବ କରଣ ଦିବା ୧ଟା ୩୫ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ରାତି ୧୨ଟା ୫ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧୨ଟା ୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୨ମିନିଟ୍, ଦିବା ୧୧ଟା ୪୪ମିନିଟ୍ ରୁ ଦିବା ୧ଟା ୧୬ମିନିଟ୍, ରାତ୍ରି ୨ଟା ୪୦ମିନିଟ୍ ରୁ ୪ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୧୩ମିନିଟ୍ ରୁ ୧୧ଟା ୧୯ମିନିଟ୍, ଦିବା ୧ଟା ୪୮ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ର ୧୦ଟା ୩୩ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ୨ଟା ୩୯ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୩୫ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ବାମନ ଜନ୍ମ, ସୁନିଆଁ, ବୁଧିବାମନ ଓଷା ଚତୁର୍ଥ ପାଳି ।

ମେଷ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଶାରୀରିକ ସମସ୍ୟା ଦୂର ହୋଇଯିବ । ବନ୍ଧୁଙ୍କ ଆଗମନ ହୋଇ ପାରିବାରିକ ପରିସ୍ଥିତି ବଦଳିଯିବ । ପତିପତ୍ନୀଙ୍କ ସମ୍ପର୍କରେ କିଛି ସମସ୍ୟା ସମାଧାନ ହୋଇ ଆଜି ଆପଣ ଶାନ୍ତିରେ ଜୀବନ ଅତିବାହିତ କରିବେ । ବନ୍ଧୁଙ୍କ ଠାରୁ ପରାମର୍ଶ ନେଲେ ଆପଣଙ୍କ ପାଇଁ ଲାଭ ହେବ । କିଛି ନୂଆ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । କର୍ମ କ୍ଷେତ୍ରରେ ଶୁଭ ସୂଚନା ଶୁଣିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରେମ ପ୍ରସଙ୍ଗରେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ଗୁପ୍ତ ଶତ୍ରୁମାନେ ବାହାରକୁ ପ୍ରକାଶ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାଂସାରିକ ଜୀବନରେ ସୁଖ ପ୍ରାପ୍ତି ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଯାତ୍ରା କରିବା ଦ୍ଵାରା ଭବିଷ୍ୟରେ ଧନ ଲାଭ ହେବାର ସମ୍ଭାବନା ଅଛି । ମାନସିକତାରେ ପରିବର୍ତ୍ତନ ହେବ । ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମଦ୍ଵାରା ଲାଭ ମିଳିବ । ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଆୟର ସ୍ରୋତ ବୃଦ୍ଧି ହେବ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ଘରୋଇ ସମସ୍ୟାର ସମାଧାନ ହୋଇ ପରିବାର ସହିତ କୌଣସି ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ନିଜ କାର୍ଯ୍ୟରେ ପ୍ରୟାସ ଜାରି ରଖନ୍ତୁ ନିଶ୍ଚିତ ସଫଳତା ମିଳିବ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ଆର୍ଥିକ ସ୍ଥିତି ସୁଦୃଢ ରହିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ସାମାଜିକ କାର୍ଯ୍ୟରେ ସମୟ ବିତେଇବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତିହେବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଅନେକଙ୍କୁ ନେଇ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ । ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମନବଳ ଦୃଢହେବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ଉପାର୍ଜନ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-କୌଣସି ଏକ ମହତ୍ଵପୂର୍ଣ୍ଣ କାର୍ଯ୍ୟର ସୂଚନା ମିଳିବ । ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କାର୍ଯ୍ୟରେ ସଫଳ ହବାର ସମ୍ଭାବନା ଅଛି । ବ୍ୟବସାୟରେ ଅଟକି ଥିବା ଧନ ପ୍ରାପ୍ତି ହେବା ସହ ଆପଣ ଅଧିକ ଲାଭ ବାନ ହେବେ । ପରିବାର ସଦସ୍ୟ ମାନଙ୍କ ପାଇଁ ଆପଣ ଆନନ୍ଦ ପାଇବେ । ଆଜି ଦିନଟି ବହୁତ ଆନନ୍ଦରେ କଟିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ଗୃହ କାର୍ଯ୍ୟରେ ସେବକ ମାନଙ୍କ ସାହାଯ୍ୟ ମିଳିବା ଯୋଗେ ପରିବାରରେ ସୁଖ ଶାନ୍ତି ଦେଖା ଦବ । ପଡୋଶୀମାନେ ଆପଣଙ୍କ ଉପରେ ଖୁସି ରହିବେ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଦେଖା ଦବ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢିବ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖା ଦେଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ମନରେ ଶାନ୍ତି ସନ୍ତୋଷ ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ସ୍ୱର୍ଣ୍ଣ ଅଳଙ୍କାର ଓ ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବୃଦ୍ଧିହେବ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!