ଦୈନିକ ରାଶିଫଳ: ୦୮ ଏପ୍ରିଲ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୮ତାରିଖ, ବୁଧବାର, ମୀନ ମାସ ୨୬ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, କ୍ଷୟ ପ୍ରତିପଦା ତିଥି, ହସ୍ତା ନକ୍ଷତ୍ର, ପ୍ରାତଃ ୬ଟା ୭ମିନିଟ୍ ଗତେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୮ମିନିଟ୍ ରୁ ୭ଟା ୧୫ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୧୦ଟା ୩୭ମିନିଟ୍। ପର୍ବଦିନ ଚୈତ୍ର ପୂର୍ଣ୍ଣିମା, ନାବ ପୂଜା, ସଙ୍କଟ ତାରିଣୀ ବ୍ରତ, ବୈଶାଖ ବ୍ରତାରମ୍ଭ, ହିଙ୍ଗୁଳା ଯାତ୍ରା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଛାତ୍ରଛାତ୍ରୀମାନେ ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ।ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ବିଦ୍ୟା କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ସାମୁଦାୟିକ ମାମଲା ବା କେତେକ ସମସ୍ୟାର ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଘରୁ ବାହାରକୁ ବାହାରନ୍ତୁ ନାହିଁ । ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ବାଣିଜ୍ୟ କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଶତୃ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ଭାବି ଚିନ୍ତି କାର୍ଯ୍ୟ କଲେ ଉଚ୍ଚଆଶା ସଫଳ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଗୃହ ସମସ୍ୟାରେ ଚିନ୍ତିତ ହେଲେ ମଧ୍ୟ ଅନ୍ୟକାର୍ଯ୍ୟରେ ସଫଳତା ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଭାବି ଚିନ୍ତି କାର୍ଯ୍ୟ କଲେ ଧନର ଆଗମନ ହୋଇ ପାରେ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ବିବାଦରୁ ବଞ୍ଚିବା ଶ୍ରେୟସ୍କର ହେବ। ସାମାଜିକ କାର୍ଯ୍ୟରେ ଭାଗ ନେଇ ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସମୟ ଅନୁକୂଳ ଥିବାରୁ ସାମ୍ବାଦିକ ମାନେ ସଶ୍ରମ ଦ୍ଵାରା ଲାଭ ପାଇବେ। ନିଜର ଯୁକ୍ତିଦ୍ଵାରା ଶୁଭ ସମାଚାର ମିଳିବ ଓ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କାର୍ଯ୍ୟରେ ଅସ୍ଥିରତା ଯୋଗେ ଭାଇ ବନ୍ଧୁମାନେ ସହଯୋଗ କରିବେ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସତର୍କ ରହିଲେ ଲାଭଦାୟକ ହେବ, ନଚେତ୍ ଶତୃମାନେ କ୍ଷତି କରିବେ। ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ବିରୋଧୀମାନେ ହଇରାଣ କରିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:- 

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବନ୍ଧୁ ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ସଂଘର୍ଷ ଦ୍ଵାରା ବ୍ୟବସାୟ ବୃଦ୍ଧି ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ।ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଆମୋଦ ପ୍ରମୋଦର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ଉନ୍ନତି କରି ପାରିବେ। ସାମାଜିକ କାର୍ଯ୍ୟରେ ଚିନ୍ତା ହେଲେ ମଧ୍ୟ କାର୍ଯ୍ୟ ସଫଳ ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇଯିବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଆପଣଙ୍କୁ ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପରିବାରରେ ନିଜରପଦ ଗରିମା ଅନୁସାରେ ଚିନ୍ତା ବୃଦ୍ଧି ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!