ଦୈନିକ ରାଶିଫଳ: 08 ଏପ୍ରିଲ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୮ତାରିଖ, ଗୁରୁବାର, ମୀନମାସ ୨୬ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଶତଭିଷାନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୧୫ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପାରିବାରିକ କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିର ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂରହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଶାନ୍ତି ବିରାଜମାନ କରିବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃବିବାଦ, ଜମିବାଡି ଓ ଘରଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସନ୍ତାନ ଉନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ବୃଦ୍ଧିହେବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ବ୍ୟବସାୟୀମାନଙ୍କର କାରବାର ବଢିବ । ପରୀକ୍ଷା, ପ୍ରତିଯୋଗୀତାରେ ବିଜୟୀ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପ୍ରତିକାର:-ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଶତ୍ରୁବାଧା ଦୂରେଇ ଯାଇ ଋଣରୁ ମୁକ୍ତି ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ଉଚିତ୍ ପନ୍ଥା ଗ୍ରହଣ କରି ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!