୨୦୨୨ ମସିହା, ଏପ୍ରିଲ ମାସ ୮ତାରିଖ, ଶୁକ୍ରବାର, ମୀନ ମାସ ୨୫ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ସପ୍ତମୀତିଥି ରାତି ୧୧ଟା ୦୬ ମିନିଟ୍ ପରେ ଅଷ୍ଟମୀତିଥି, ଆର୍ଦ୍ରାନକ୍ଷତ୍ର, ରାତି ୧ଟା ୪୩ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଶୋଭନ ଯୋଗ ଦିବା ୧୦ଟା ୨୯ମିନିଟ୍ ପରେ ଅତିଗଣ୍ଡ ଯୋଗ । ଗର କରଣ ଦିବା ୯ଟା ୫୦ମିନିଟ୍ ପରେ ବଣିଜ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୧୧ଟା ୦୬ମିନିଟ୍ ପରେ ନଡିଆ ଓ ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ବାୟବ୍ୟେ ରାତି ୧୧ଟା ୦୬ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୪ମିନିଟ୍ ରୁ ଦିବା ୧୧ଟା ୪୯ମିନିଟ୍, ରାତ୍ରି ୮ଟା ୫୪ମିନିଟ୍ ରୁ ୧୦ଟା ୨୨ମିନିଟ୍ । ଶୁଭସମୟ- ସକାଳ ୫ଟା ୩୯ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୭ଟା ୧୭ମିନିଟ୍ ରୁ ୮ଟା ୪୪ମିନିଟ୍, ଦିବା ୧୨ଟା ୧୩ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ସନ୍ଧ୍ୟା ୫ଟା ୫୯ମିନିଟ୍, ରାତ୍ର ୭ଟା ୩୨ମିନିଟ୍ ରୁ ରାତ୍ର ୮ଟା ୫୪ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୪ଟା ୪ମିନିଟ୍ ।
ମେଷ:-ଶତ୍ରୁବାଧା ଦୂରେଇ ଯିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
କର୍କଟ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇବେ । ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସାମାଜିକ କାର୍ଯ୍ୟରେ ଭାଗ ନେବେ ଓ ସୁଖଶାନ୍ତି ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଉଚିତ୍ ପନ୍ଥା ଗ୍ରହଣ କରି ଋଣରୁ ମୁକ୍ତି ପାଇବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
କୁମ୍ଭ:-ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିରୋଧିମାନେ ଦୂରେଇଯିବା ଫଳରେ ନିଜ କ୍ଷେତ୍ରରେ ସକ୍ରିୟ ହେବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।