ଦୈନିକ ରାଶିଫଳ: 08 ଏପ୍ରିଲ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିପାରେ। ରୋଜଗାର ସମସ୍ୟା ସୁଧୁରି ଯାଇ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଶାରୀରିକ ଅସୁସ୍ଥତା ଦୂର ହେବ ଓ ବ୍ୟବସାୟରେ ପ୍ରବଳ ଲାଭବାନ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶୁଭ ସମାଚାର ଶୁଣି ଖୁସିହେବେ ଓ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଶରୀର ଭଲ ରହି ନପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସାଧୁ ଓ ସଚ୍ଚୋଟ ଭାବେ କାର୍ଯ୍ୟ ତୁଲାଇବାରୁ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଜୀବନ ସାଥିଙ୍କଠାରୁ ସହଯୋଗ ପାଇବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ଦାମ୍ପତ୍ୟ କଳହ ସୃଷ୍ଟିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଶତ୍ରୁବାଧା ଦୂରେଇ ଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ ଓ ଆୟ ଅପରିବର୍ତ୍ତିତ ରହିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। କାରବାରରେ ସୁଧାର ଆସିବାସହ ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ବହୁତ ଭଲ ଲାଭ ପାଇବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସହକର୍ମୀଙ୍କଠାରୁ ପୂର୍ଣ୍ଣ ସମର୍ଥନ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଗ୍ରହ ବଢ଼ିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆୟର ସ୍ରୋତ ଖୋଲିଯିବ। ନୂତନ ଗୃହ ନିର୍ମାଣ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବରିଷ୍ଠ ଅଧିକାରୀ ଓ ବନ୍ଧୁ ମିତ୍ରମାନଙ୍କର ପ୍ରିୟପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସ୍ଥଗିତଥିବା କାର୍ଯ୍ୟ ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟ ଠିକ୍ ରହିବା ସହ ମାନସିକ ଶାନ୍ତି ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ପ୍ରତିଭା ବିକଶିତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। କିନ୍ତୁ ପରିବାରରେ ଆର୍ଥିକ ଅସୁବିଧା ଦେଖାଦେଇ ପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!