୨୦୨୨ମସିହା, ଅଗଷ୍ଟମାସ ୮ତାରିଖ, ସୋମବାର, କର୍କଟମାସ ୨୩ଦିନ, ଶ୍ରାବଣମାସ ଶୁକ୍ଳପକ୍ଷ, ଏକାଦଶୀତିଥି, ଜ୍ୟେଷ୍ଠା ନକ୍ଷତ୍ର ବିଛା ରାଶିରେ ଚନ୍ଦ୍ର ଦିବା ୨ଟା ୩୬ମିନିଟ୍ ପରେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ସକାଳ ୬ଟା ୫୪ମିନିଟ୍ ପରେ ବୈଧୃତି ଯୋଗ । ବାଣିଜ୍ୟ କରଣ ଦିବା ୧୦ଟା ୨୯ମିନିଟ୍ ପରେ ବିଷ୍ଟି କରଣ । ମିଥୁନ ରାଶିର ଘାତବାର । ଦିବା ୨ଟା ୩୬ମିନିଟ୍ ପରେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ରାତି ୯ଟା ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୯ଟା ପରେ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୩ଟା ୪ମିନିଟ୍ ରୁ ୪ଟା ୪୦ମିନିଟ୍, ରାତ୍ରି ୧୦ଟା ୨୮ମିନିଟ୍ ରୁ ୧୧ଟା ୫୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୭ଟା ୩ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୫ଟା ୨୩ମିନିଟ୍, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ରାତ୍ର ୯ଟା ୧୪ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୮ମିନିଟ୍ । ପର୍ବଦିନ- ସର୍ବତ୍ର ଝୁଲଣ ଯାତ୍ରା, ସର୍ବସମ୍ମତ ପୁତ୍ରଦା ଏକାଦଶୀ । ଶ୍ରାବଣ ସୋମବାର ବ୍ରତ ।
ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସ୍ଵାସ୍ଥ୍ୟରେ ସୁଧାର ଆସିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ପିଲାମାନଙ୍କ ପଢା ସମସ୍ୟା ସମାଧାନ ହେବା ଫଳରେ ମାନସିକ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବାକୁ ଚେଷ୍ଟା କରୁଥିଲେ ବିଫଳ ହେବେ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ତୁଳା:-ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମାନସିକ ଅଶାନ୍ତି ଦୂର ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସନ୍ତାନମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ । ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପନିପରିବା ଫସଲ ଆମଦାନୀରେ ଓ ବ୍ୟବସାୟରେ ଖୁସି ରହିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ । କର୍ମୋନ୍ନତିର ସୂଚନା ପାଇବେ ଓ ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ନୂଆ ନିଯୁକ୍ତି ପାଇବାର ସୁଯୋଗ ଅଛି । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇପାରେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
କୁମ୍ଭ:-ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଚାକିରୀରେ ପଦୋନ୍ନତି ମିଳିବା ସହ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ବ୍ୟବସାୟ ପାଇଁ ନୂଆ ଅର୍ଡର ପାଇବେ ଓ ନୂତନ ଏଗ୍ରୀମେଣ୍ଟ କରି ପାରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମୀନ:-ଶତୃ ଓ ବିରୋଧୀମାନେ ଦୂରେଇଯିବେ । ରୋଜଗାର ମିଳିବାର ଉପଯୁକ୍ତ ସୁଯୋଗ ପାଇବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ବନ୍ଧୁଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।