ଦୈନିକ ରାଶିଫଳ: 08 ଡିସେମ୍ବର ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ୮ତାରିଖ, ମଙ୍ଗଳବାର, ବିଛାମାସ୨୩ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ନଡିଆ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୪ମିନିଟ୍ ରୁ ୬ଟା ୫୫ମିନିଟ୍, ସକାଳ ୮ଟା ୫୬ମିନିଟ୍ ରୁ ୧୧ଟା ୧୫ମିନିଟ୍, ସନ୍ଧ୍ୟା ୫ଟା ୫ମିନିଟ୍ ରୁ ୬ଟା ୪୧ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୮ଟା ୩୩ମିନିଟ୍, ରାତ୍ର ୯ଟା ୨୮ମିନିଟ୍ ରୁ ୧୨ଟା ୫ମିନିଟ୍ । ପର୍ବପର୍ବାଣି- ପ୍ରଥମାଷ୍ଟମୀ ।

ମେଷ:-

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ । କଷ୍ଟ ଓ ପରିଶ୍ରମର ପୁରା ଲାଭ ମିଳିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ । ଆପଣ ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ସଚ୍ଚୋଟ ମିତ୍ର ପ୍ରାପ୍ତି ହେବ । ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟର ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶରୀର ସୁସ୍ଥ ରହିବା ଯୋଗେ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ । ଛାତ୍ରଛାତ୍ରୀମାନେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ । ଭାଇ ଓ ଭାଗୀଦାରମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ସୃଷ୍ଟି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଋଣମୁକ୍ତ ହେବେ । ବାଣିଜ୍ୟ କାରବାରରେ ଆୟର ସ୍ରୋତ ଖୋଲି ଯିବ । ଆର୍ଥିକସ୍ଥିତି ଭଲ ରହିବା ଯୋଗେ ଗୃହୋପକରଣ କ୍ରୟ କରିବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

କନ୍ୟା:-

ବ୍ୟବସାୟରେ ପରିଶ୍ରମ ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହୋଇପାରେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପରିବାରର ସଦସ୍ୟମାନେ ପରସ୍ପର ପରସ୍ପରକୁ ସହଯୋଗ କରିବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳହେବେ । ଅନୁଭବି ଓ ଦାୟିତ୍ୱ ପୂର୍ଣ୍ଣ ଲୋକଙ୍କର ମାର୍ଗଦର୍ଶନ ଆପଣଙ୍କୁ କୋଉଠୁ ନେଇ କୋଉଠି ପହଁଞ୍ଚେଇ ଦେବ । ବ୍ୟବସାୟରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ଅନୁସନ୍ଧାନ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇପାରେ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । କାମଧନ୍ଦା ଓ ରୋଜଗାର ପାଇଁ ବାହାରକୁ ଯିବାକୁ ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟଭାର ଗ୍ରହଣ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରେମ ପ୍ରସଂଗରେ ସାମାଜିକ ମାନ୍ୟତା ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!