ଦୈନିକ ରାଶିଫଳ: 08 ଫେବୃୟାରୀ 2023, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୮ତାରିଖ, ବୁଧବାର, ମକର ମାସ ୨୬ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର ରାତ୍ରି ୮ଟା ୧୪ମିନିଟ ପରେ ଉତ୍ତରା ଫାଲଗୁନୀ, ସିଂହ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ଦିବା ୪ଟା ୨୯ମିନିଟ୍ ପରେ ସୁକର୍ମା ଯୋଗ । ବଣିଜ କରଣ ସନ୍ଧ୍ୟା ୫ଟା ୨୮ମିନିଟ୍ ପରେ ବିଷ୍ଟି କରଣ । କର୍କଟ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୨ଟା ରୁ ଦିବା ୧ଟା ୨୫ମିନିଟ୍, ରାତ୍ରି ୩ଟା ୧୧ମିନିଟ୍ ରୁ ୪ଟା ୪୭ମିନିଟ୍ । ଶୁଭସମୟ- ସକାଳ ୬ଟା ୨୩ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୧ଟା ୩୮ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୪ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୨୯ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ରାତ୍ର ୩ଟା ୧୧ମିନିଟ୍, ରାତ୍ର ୪ଟା ୪୭ମିନିଟ୍ ରୁ ୬ଟା ୨୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

କର୍କଟ:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଶରୀର ଭଲ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ବିଚ୍ଛା:-ଧନ ପାଇବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ଧନୁ:-ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନେଇ ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ୱାସୀ ମନେ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ମୀନ:-ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଉଚ୍ଚ ଆଶାରେ ଆଗେଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!