ଦୈନିକ ରାଶିଫଳ: 08 ଜାନୁୟାରୀ 2023, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୮ତାରିଖ, ରବିବାର, ଧନୁମାସ ୨୪ଦିନ, ମାଘମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି ସକାଳ ୭ଟା ୭ମିନିଟ୍ ପରେ ଦ୍ଵିତୀୟାତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ଦିବା ୯ଟା ୪୧ମିନିଟ୍ ପରେ ବିଷ୍ଣୁମ୍ଭ ଯୋଗ । କୈଳବ କରଣ ସକାଳ ୭ଟା ୭ମିନିଟ୍ ପରେ ତୈତିଳ କରଣ । ମେଷ ରାଶିର ଘାତବାର । ପାଣି କଖାରୁ ନ ଖାଇଲେ ଭଲ ସକାଳ ୭ଟା ୭ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସକାଳ ୭ଟା ୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୧ମିନିଟ୍ ରୁ ୧ଟା ୧୪ ମିନିଟ, ରାତ୍ରି ୧ଟା ୩୧ମିନିଟ୍ ରୁ ୩ଟା ୧୦ମିନିଟ୍ । ଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୯ଟା ୨୦ମିନିଟ୍, ଦିବା ୧ଟା୧୪ମିନିଟ୍ ରୁ୩ଟା ୮ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ୩ଟା ୫୭ମିନିଟ୍, ରାତ୍ର ୭ଟା ୫୬ମିନିଟ୍ ରୁ ୯ଟା ୪୧ମିନିଟ୍, ରାତ୍ର ୧୨ଟା ୧୯ମିନିଟ୍ ରୁ ୧ଟା ୩୧ମିନିଟ୍, ରାତ୍ର ୩ଟା ୧୦ମିନିଟ୍ ରୁ ୬ଟା ୨୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟରେ କଠିନ ପରିଶ୍ରମର ଫଳାଫଳ ପାଇ ମନ ଖୁସି ହେବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଘର କିମ୍ବା କାର୍ଯ୍ୟାଳୟର ନବୀକରଣ ପାଇଁ ଯୋଜନା କରିପାରନ୍ତି । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ ଓ ମାନହାନୀର ସମ୍ଭାବନା ଅଛି । ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କୌଶଳ ପ୍ରୟୋଗ କରି ନିଜର କାର୍ଯ୍ୟକୁ ବିସ୍ତାର କରିବାକୁ ସକ୍ଷମ ହେବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହୋପକରଣ କ୍ରୟ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସାସାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ନୂତନ କାର୍ଯ୍ୟକିଛି ଆରମ୍ଭ କରନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି, କର୍ମକ୍ଷେତ୍ରରେ ପଦନ୍ନୋତି ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ବିଶେଷ ଲାଭବାନ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ବ୍ୟବସାୟରେ ନୂତନଧାରା ଖୋଲିବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ତୁଳା:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟ ବର୍ତ୍ତୀ ହେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସନ୍ତାନ ସୁଖରେ ସୁଖୀ ହେବେ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!