ଦୈନିକ ରାଶିଫଳ: 08 ଜାନୁୟାରୀ ୨୦୨୧, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୮ତାରିଖ, ଶୁକ୍ରବାର, ଧନୁମାସ ୨୫ଦିନ, ପୌଷମାସ, କୃଷ୍ଣପକ୍ଷ, ଦଶମୀତିଥି, ସ୍ଵାତୀନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୯ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ୫ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୧୩ମିନିଟ୍ ରୁ ରାତ୍ର ୮ଟା ୩୫ମିନିଟ୍, ରାତ୍ର ୧୨ଟା ୨୦ମିନିଟ୍ ରୁ ରାତ୍ର ୨ଟା ୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ଖ୍ୟାତି ବଢିବ। ଇଚ୍ଛା କରୁଥିବା କର୍ମପ୍ରାପ୍ତି ହେବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସ୍ଥଗିତ ଥିବା କାର୍ଯ୍ୟ ଆରମ୍ଭ କରିପାରିବେ। ଆପଣଙ୍କ ଭାଗ୍ୟ ସପକ୍ଷରେ ରହିବା ଯୋଗେ ଆବଶ୍ୟକ ସୁବିଧା ପାଇ ଗୃହକାର୍ଯ୍ୟ ତ୍ୱରାନ୍ୱିତ ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-

ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟାରେ ସଫଳ ହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ ତାରିଖ ଘୁଞ୍ଚିଗଲେ ଭଲ। ପ୍ରତିକାର:- ଷଣ୍ଢକୁ କିଛି ଖୁଆନ୍ତୁ।

ସିଂହ:-

ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ କରିପାରନ୍ତି। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ଶୁଭସମ୍ବାଦ ପାଇ ଶୀଘ୍ରଯାତ୍ରା କରିଲେ କଷ୍ଟ ସହିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। ବ୍ୟବସାୟରେ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ।ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ତୁଳା:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ମାନସିକ ଅସ୍ଥିରତା ଦେଖାଦେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ।ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ପତିଆରା ଅମଳିନ ରହିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ହାନି ହେବାର ସମ୍ଭାବନା। ଶିକ୍ଷା କ୍ଷେତ୍ରରେ ଆଦୌ ମନ ଲାଗି ନ ପାରେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!