ଦୈନିକ ରାଶିଫଳ: ୦୮ ଜୁଲାଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୮ ତାରିଖ, ବୁଧବାର, ମିଥୁନ ମାସ ୨୪ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ଦିବା ୯ଟା ୧୯ମିନିଟ୍ ଗତେ ଚତୁର୍ଥୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ଦିବା ୧୨ଟା ୩୨ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୩୨ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ, ଦିବା ୯ଟା ୧୯ମିନିଟ୍ ପରେ ମୂଳା ନ ଖାଇଲେ ଭଲ।ଶୁଭସ ମୟ ସକାଳ ୭ଟା ୫୬ମିନିଟ୍ ରୁ ୮ଟା ୩୩ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୧୦ଟା ୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ।ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରେମୀ ପ୍ରେମିକାଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ, ମାଲି ମକଦ୍ଦମାର ସମାଧାନ ହେବ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଆର୍ଥିକସ୍ଥିତିରେ ସୁଧାର ଆସିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୈତିକ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଆତ୍ମୀୟତା ସୃଷ୍ଟିହେବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।  

ତୁଳା:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସ୍ଵାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଆର୍ଥିକସ୍ଥିତିରେ ସୁଧାର ଆସିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!