ଦୈନିକ ରାଶିଫଳ: 08 ଜୁଲାଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୮ ତାରିଖ, ଗୁରୁବାର, ମିଥୁନ ମାସ ୨୪ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର, ସକାଳ ୭ଟା ୪୧ମିନିଟ୍ ଗତେ ମିଥୁନ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ, ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର, ସକାଳ ୭ଟା ୪୧ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭବେଳା- ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୭ମିନିଟ୍ । ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ । ରାତ୍ରି ୧୧ଟା ୫୧ମିନିଟ୍ ରୁ ରାତି ୧ଟା ୧୩ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୯ମିନିଟ୍, ଦିବା ୯ଟା ୪୧ମିନିଟ୍ ରୁ ୧୧ଟା ୨୪ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍, ରାତ୍ର ୧ଟା ୧୪ମିନିଟ୍ ରୁ ୨ଟା ୨୨ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-

ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବାଦବିବାଦ ଓ ମାଲି ମକଦ୍ଦମାର ଅପୋଷ ସମାଧାନ ହୋଇପାରେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ମହାଜନଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତେଇବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଗୁରୁଜନଙ୍କ ପ୍ରେରଣା ପାଇ ପରିବାର ଜନଙ୍କର ଅନେକ ସମସ୍ୟାର ସମାଧାନ କରି ପାରିବେ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ନୂତନ ଦିଗ୍ଦର୍ଶନପାଇ ଆୟରସ୍ରୋତ ଖୋଲିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଆତ୍ମ ସନ୍ତୋଷ ଲାଭ କରିବେ । ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-

ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଅଧ୍ୟୟନ ଅଧ୍ୟାପନା ତଥା କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ କୌଣସି ଶୁଭ ସମାଚାର ଶୁଣି ଖୁସି ହେବେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ରାଜନୀତି କ୍ଷେତ୍ରରେ ହଠାତ୍ ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀ ମାନଙ୍କର ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଦେଖା ଦେବ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସମସ୍ତ ବ୍ୟବସାୟ ଭଲ ଗତିରେ ଚାଲିବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରିପାରିବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଶାରୀରିକ ପୀଡାରେ ପରିବର୍ତ୍ତନ ଦେଖାଦେବ । ସହକର୍ମୀଙ୍କଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ ନୂତନକାର୍ଯ୍ୟର ପ୍ରେରଣା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶିକ୍ଷାକ୍ଷେତ୍ରରେ ମନୋକାମନା ପୂରଣ ହେବ । ପାରିବାରିକ କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ଶତ୍ରୁମାନେ ମଥାନତ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ଶତ୍ରୁମାନଙ୍କ ଉପରେ ନଜର ରଖିଲେ ପରାଜୟ କରି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ନୂତନ ଯୋଜନା ପ୍ରସ୍ତୁତ କରି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସହନଶୀଳତା ଯୋଗେ ଯଶ ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ । ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!