ଦୈନିକ ରାଶିଫଳ: 08 ଜୁଲାଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୮ତାରିଖ, ଶୁକ୍ରବାର, ମିଥୁନମାସ ୨୪ଦିନ, ଆଷାଢମାସ, ଶୁକ୍ଳପକ୍ଷ, ନବମୀତିଥି, ଚିତ୍ରାନକ୍ଷତ୍ର ଦିବା ୧୨ଟା ୧୨ମିନିଟ୍ ପରେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଶିବ ଯୋଗ ସକାଳ ୯ଟା ପରେ ସିଦ୍ଧ ଯୋଗ । ବାଳବ କରଣ ସକାଳ ୭ଟା ୨ମିନିଟ୍ ପରେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ଲାଉ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୨୫ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୬ଟା ୨୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୪ମିନିଟ୍ ରୁ ୧୧ଟା ୫୧ମିନିଟ୍, ରାତ୍ରି ୯ଟା ୮ମିନିଟ୍ ରୁ ୧୦ଟା ୩୦ମିନିଟ୍ । ଶୁଭସମୟ- ସକାଳ ୬ଟା ୧୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୮ଟା ୩୫ମିନିଟ୍, ରାତ୍ର ୧୨ଟା ୫୮ମିନିଟ୍ ରୁ ୩ଟା ୬ମିନିଟ୍, ରାତ୍ର ୩ଟା ୫୧ମିନିଟ୍ ରୁ ୫ଟା ୧୬ମିନିଟ୍ ।

ମେଷ:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ କାର୍ଯ୍ୟରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ମନ ଓ ଶରୀର ଭଲ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଯେତେ ଜଟିଳ ସମସ୍ୟା ଦେଖାଦେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ବନ୍ଧୁଙ୍କ ଶୁଭକର୍ମରେ ଯୋଗ ଦେବାକୁ ବାଧ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-କର୍ମ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଧୈର୍ଯ୍ୟ ଓ ସଂଯମତା ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ଦୂର ବା ନିକଟକୁ ଯାତ୍ରାକରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ । ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବ୍ୟାପାର ଓ କାରବାରରେ ସୁଧାର ଆସିବ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସରକାରୀ ସାହାଯ୍ୟ ମିଳିପାରେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସ୍ଥାନାନ୍ତର ପାଇଁ ଚେଷ୍ଟାକଲେ ସଫଳ ହୋଇ ପାରନ୍ତି । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସହକର୍ମୀମାନେ ଓ ଉଚ୍ଚାଧିକାରି କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ କ୍ଷେତ୍ରରେ ଶୁଭକର୍ମ ସମ୍ପାଦନ କରିବା ଦ୍ଵାରା ସନ୍ତୋଷ ଦେଖାଦେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସନ୍ତୋଷ ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!