ଦୈନିକ ରାଶିଫଳ: 08 ଜୁନ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୮ ତାରିଖ, ମଙ୍ଗଳବାର, ବୃଷମାସ ୨୫ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଦିବା ୧୧ଟା ୨୪ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ପ୍ରାତଃ ୫ଟା ୩୫ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର, ଦିବା ୧୨ଟା ୨୨ମିନିଟ୍ ଗତେ ବୃଷ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୨୨ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୧୧ଟା ୨୪ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୮ମିନିଟ୍, ସକାଳ ୯ଟା ୩୫ମିନିଟ୍ ରୁ ୧୨ଟା ୧୧ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ୭ଟା ୩ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୯ଟା ୫୬ମିନିଟ୍ । ପର୍ବଦିନ-ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି ନିଜ ପରିଶ୍ରମରେ ସଫଳତା ପାଇବେ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇପାରେ । ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ ସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଛାତ୍ରଛାତ୍ରୀ ମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ସୁଧାର ହେବ । ନୂତନ କାମ ଆରମ୍ଭ କରି ପାରିବେ । ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବା ଫଳରେ ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବା ସହ ଯଶ କୀର୍ତ୍ତିରେ ଉନ୍ନତି ହେବ । କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ । କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ସ୍ଥାୟି ରୋଗୀମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ । ବରିଷ୍ଠ କର୍ମୀ, ସହକର୍ମୀ ଓ ବନ୍ଧୁ ମିତ୍ରମାନେ ସାହାଯ୍ୟ ସହଯୋଗ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ପରିସ୍ଥିତିରେ ଉନ୍ନତି ଘଟିବ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉଚ୍ଚ ପ୍ରଶଂସିତ ହେବେ । କାର୍ଯ୍ୟରେ ସଫଳ ହୋଇ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ପାଇବା ସହ ଅଟକିଥିବା କାର୍ଯ୍ୟ ସହଜ ସରଳରେ ପୂରଣ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ । ପାରିବାରିକ କ୍ଷେତ୍ରରେ ସୁଖ ସମ୍ପତ୍ତି ଲାଭ ହୋଇ ମାନସିକ ଶାନ୍ତି ମିଳିବ । ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ପ୍ରଶଂସିତ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ କିଛିଅର୍ଥ ଲାଭ ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ଭୂମି ବା ଭବନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପ୍ରେମ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!