୨୦୨୨ ମସିହା, ଜୁନମାସ ୮ତାରିଖ, ବୁଧବାର, ବୃଷମାସ ୨୫ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଅଷ୍ଟମୀତିଥି ସକାଳ ୮ଟା ୩୦ମିନିଟ୍ ପରେ ନବମୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ଦିବା ୧୦ଟା ୨ମିନିଟ୍ ପରେ କନ୍ୟା ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ରାତି ୩ଟା ୨୫ମିନିଟ୍ ପରେ ବ୍ୟତିପାତ ଯୋଗ । ବବ କରଣ ସକାଳ ୮ଟା ୩୦ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ଦିବା ୧୦ଟା ୨ମିନିଟ୍ ପରେ ବୃଷ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ସକାଳ ୮ଟା ୩୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ ।
ଯୋଗିନୀ- ଐଶାନ୍ୟେ ସକାଳ ୮ଟା ୩୦ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୨୮ମିନିଟ୍ ରୁ ଦିବା ୧୦ଟା ୭ମିନିଟ୍, ଦିବା ୧୧ଟା ୪୫ମିନିଟ୍ ରୁ ଦିବା ୧ଟା ୨୪ମିନିଟ୍, ରାତ୍ରି ୨ଟା ୨୮ମିନିଟ୍ ରୁ ୩ଟା ୪୯ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୮ମିନିଟ୍, ଦିବା ୧ଟା ୫୮ମିନିଟ୍ ରୁ ୫ଟା ୨୭ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ରାତ୍ର ୯ଟା ୫୬ମିନିଟ୍, ରାତ୍ର ୧୨ଟା ୮ମିନିଟ୍ ରୁ ୧ଟା ୩୩ମିନିଟ୍ ।
ମେଷ:-ପରିବାରର ସାହାଯ୍ୟରେ ଉପକୃତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ଛାତ୍ରଛାତ୍ରୀମାନେ ସକ୍ରିୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବୃଷ:-ସଂଘର୍ଷ ଦ୍ୱାରା ସଫଳତା ମିଳିବ । ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମିଥୁନ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନକାର୍ଯ୍ୟ ଆରମ୍ଭକଲେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ରାଜନୈତିକ କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେବ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ଅର୍ଥାଗମର ସୁଯୋଗ ପାଇ ଫାଇଦା ଉଠାଇ ପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କର୍କଟ:-ସାହିତ୍ୟ, କଳା, ଚଳଚ୍ଚିତ୍ର, ପ୍ରତିଯୋଗିତାପରୀକ୍ଷା ଓ ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତିରେ ସଫଳତା ମିଳିବା ସହ କେହି କୌଣସି କ୍ଷତି କରିପାରିବେ ନାହିଁ । କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଅଯଥା ଦୌଡା ଝାପଟା କରିବାକୁ ପଡିବ ଓ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ବ୍ୟବସାୟରେ ନୂତନଧାରା ଖୋଲିବେ । ପାରିବାରିକ ସମସ୍ୟା ସୁଧାରି ନେଇ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପୁରାତନ ରୋଗର ପ୍ରକୋପ ଉପଶମ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ଓ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବା ସହ ଶ୍ରଦ୍ଧା ଅତୁଟ ରଖିବେ । ମାଲିମୋକଦ୍ଦମାରେ ଆଶାବାଦୀ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଗୃହୋପକରଣ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।