ଦୈନିକ ରାଶିଫଳ: 08 ମାର୍ଚ୍ଚ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୮ତାରିଖ, ସୋମବାର, କୁମ୍ଭମାସ ୨୫ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦଶମୀତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ଦିବା ୩ଟା ୪୪ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୭ଟା ୩୧ମିନିଟ୍, ଦିବା ୧୦ଟା ୪୭ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୫୮ମିନିଟ୍ ରୁ ୨ଟା ୪୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମାଆବାପାଙ୍କପ୍ରତି ଆଦରଭାବ ଜାଗୃତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପୂର୍ବ ଯୋଜନା ଅନୁଯାୟୀ କାମକଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ । ପରିବାର ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ । ପ୍ରଶାସନିକ ସ୍ତରରେ କାମରଚାପ ବୃଦ୍ଧିପାଇବ । ସାଙ୍ଗଠନିକ ତଥା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ । ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ । ଜୀବନସାଥିଙ୍କ ସହ ମତାନ୍ତର ଦେଖାଦେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ । ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଓ ସମସ୍ତକାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବା ସହ କୃଷିଦ୍ରବ୍ୟ ବାଣିଜ୍ୟରେ ବିଶେଷ ଲାଭ ପାଇବେ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ । ଅଟକିଥିବା ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ବ୍ୟବସାୟୀମାନେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମକର:-

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟ ଠିକ୍ ରହିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!