ଦୈନିକ ରାଶିଫଳ: 08 ମାର୍ଚ୍ଚ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୮ ତାରିଖ, ମଙ୍ଗଳବାର, କୁମ୍ଭ ମାସ ୨୪ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ଦିବା ୧୨ଟା ୩୧ମିନିଟ୍ ଗତେ ବୃଷ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ । କୌଳବ କରଣ ସକାଳ ୧୧ଟା ୨୮ମିନିଟ୍ ଗତେ ତୈତିଳ କରଣ । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ଦିବା ୧୨ଟା ୩୧ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । ନିମ୍ବ ନ ଖାଇଲେ ଭଲ ରାତି ୧୨ଟା୩୧ ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୧୨ଟା ୩୧ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୩୨ମିନିଟ୍ ରୁ ୯ଟା ୨ମିନିଟ୍,ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୨ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୯ଟା ୦୨ମିନିଟ୍ ରୁ ୧୦ଟା ୪୭ମିନିଟ୍, ଦିବା ୧ଟା ୦୯ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ଦିବା ୫ଟା ୦୩ମିନିଟ୍, ସନ୍ଧ୍ୟା ୫ଟା ୫୧ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୯ଟା ୦୭ମିନିଟ୍ ରୁ ରାତ୍ର ୧୧ଟା ୩୨ମିନିଟ୍, ରାତ୍ର ୨ଟା ରୁ ୩ଟା ୩୭ମିନିଟ୍ । ପର୍ବଦିନ – ବିଶ୍ଵ ମହିଳା ଦିବସ ।

ମେଷ:-ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବିଦ୍ୟାରେଉନ୍ନତି ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟୀ ମାନେ ସାମାନ୍ୟ ଲାଭ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହୋଇ ପାରେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । କର୍ମକ୍ଷେତ୍ରରେ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପୁରୁଣା ପ୍ରାପ୍ୟ ଆଦାୟ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ । ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଖୋଲିଯିବ । ପାରିବାରିକ ଜୀବନ ଆନନ୍ଦମୟ ହେବା ସହ ପରିଶ୍ରମର ମୂଲ୍ୟପାଇବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖା ଦେବ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନହେବ । ସାମ୍ବାଦିକମାନେ ଶୁଭସମ୍ବାଦ ପାଇ ଶୀଘ୍ରଯାତ୍ରା କରିବାକୁ ବାଧ୍ୟହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପରିବାରର ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ସଫଳ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖା ଦେବ । କୌଣସି ବରିଷ୍ଠ ରାଜନେତା ବା ଅଧିକାରୀଙ୍କ ଠାରୁ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!