ଦୈନିକ ରାଶିଫଳ: 08 ମାର୍ଚ୍ଚ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୮ ତାରିଖ, ବୁଧବାର, କୁମ୍ଭମାସ୨୪ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପ୍ରତିପଦତିଥି ରାତ୍ରି ୭ଟା ୪୩ ମିନିଟ ପରେ ଦିତୀୟା ତିଥି, ଉତ୍ତରଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ଦିବା ୮ଟା ୫୨ମିନିଟ୍ ପରେ କନ୍ୟା ରାଶିରେ ଚନ୍ଦ୍ର। ଶୂଳ ଯୋଗ ରାତ୍ରି ୯ଟା ୧୮ ମିନିଟ ପରେ ଗଣ୍ଡ ଯୋଗ। ବାଳବ କରଣ ସକାଳ ୭ଟା ପରେ କୌଳବ କରଣ। କର୍କଟ ରାଶିର ଘାତବାର। କର୍କଟ ଓ ମକର ରାଶିର ଘାତଚନ୍ଦ୍ର ଦିବା ୮ଟା ୫୨ମିନିଟ୍ ପରେ ବୃଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ପାଣିକଖାରୁ ନ ଖାଇଲେ ଭଲ ରାତି ୭ଟା ୪୩ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ରାତି ୭ଟା ୪୩ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୯ଟା ୧ମିନିଟ୍ ରୁ ୧୦ଟା ୨୯ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ଦିବା ୧ଟା ୨୫ମିନିଟ୍, ରାତ୍ରି ୩ଟା ରୁ ରାତ୍ରି ୪ଟା ୩୨ମିନିଟ୍। ଶୁଭସମୟ- ସକାଳ ୬ଟା ୦୪ମିନିଟ୍ ରୁ ୭ଟା ୩୮ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ଦିବା ୫ଟା ୦୩ମିନିଟ୍, ସନ୍ଧ୍ୟା ୬ଟା ୩୯ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୨ଟା ରୁ ୩ଟା, ରାତ୍ର ୪ଟା ରୁ ୩୨ ମିନିଟ ରୁ ୬ଟା ୪ମିନିଟ୍। ପର୍ବଦିନ – ରଙ୍ଗହୋଲିଖେଳ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଦୂର ଯାତ୍ରାରେ ସଫଳତା ମିଳିବ ଓ ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ନୂଆ ଚାକିରୀରେ ଯୋଗ ଦେଇପାରନ୍ତି। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ବୃଷ:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପାରିବାରିକ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗ ଦେବାକୁ ବାଧ୍ୟ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସୁଖ ଶାନ୍ତିରେ ଦିନଟି କଟାଇବେ। ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିକାର- ହଳଦିଆ ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସବୁଥିରେ ସଫଳତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ତେବେ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଋଣ ଭରଣାରେ ସହଜ ହେବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!