ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୮ ତାରିଖ ରୁ ମାର୍ଚ୍ଚ 14 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ଆଳସ୍ୟଭାବ ଦୂରହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସମ୍ମାନ ଲାଭ କରିବେ । ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସମସ୍ତ ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ମାଆବାପାଙ୍କ ଶରୀର ଅସୁସ୍ଥ ରହିବ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ ପତିଆରା ଅମଳିନ ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କାରବାରରେ ସୁଧାର ଆସିବା ଫଳରେ ମାନସିକ ଶାନ୍ତି ମିଳିବ । କିନ୍ତୁ ୮/୯/୧୦ ତାରିଖରେ ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ସତର୍କତା ଅବଲମ୍ବନ ନକଲେ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସମସ୍ତ ସମସ୍ୟା ଅପସରି ଯିବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଉନ୍ନତି ହେବ ଓ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କିନ୍ତୁ ୧୦/୧୧/୧୨ତାରିଖରେ ସତର୍କତା ଅବଲମ୍ବନ ନକଲେ ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଅନେକ ସମସ୍ୟାର ସମାଧାନ ହୋଇ, ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କିନ୍ତୁ ୧୨/୧୩ ତାରିଖରେ ସତର୍କତା ଅବଲମ୍ବନ ନକଲେ ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର-ମାଆବାପାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରି ପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଲାଭବାନ ହେବେ ଓ ଆୟର ବୃଦ୍ଧିଘଟିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଉଚ୍ଚଆଶା ସଫଳ କରିବେ ଓ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ସରକାରୀ କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଆର୍ଥିକସ୍ଥିତି ସୁଧୁରି ଯାଇ ଯଶ ପ୍ରତିଷ୍ଠା ମିଳିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର- ଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ନୂତନ ଲୋକଙ୍କ ସହିତ ଭେଟ ହେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଶିକ୍ଷାକ୍ଷେତ୍ରରେ ଆଦର୍ଶ ସ୍ଥାନ ଗ୍ରହଣ କରି ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଶତୃମାନେ ତଳମୁହାଁ ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ । ପ୍ରତିକାର-ମାଆବାପାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!