ଦୈନିକ ରାଶିଫଳ: 08 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୮ ତାରିଖ, ଶନିବାର, ମେଷମାସ ୨୫ ଦିନ ବୈଶାଖମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ଧନୁରାଶିର ଘାତଚନ୍ଦ୍ର । ପୋଇ, ମସୁର ଡାଲି ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୨୧ ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୩ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ୧ଟା ୩୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହୋଇ ପ୍ରଶଂସା ମିଳିବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପରିବାରରେ ଜମି, ଜମା ବିବାଦ ମେଣ୍ଟି ଯିବା ଫଳରେ ଶାନ୍ତିଶୃଙ୍ଖଳା ବଜାୟ ରହିବ । ବନ୍ଧୁ ବାନ୍ଧବଙ୍କ ସହ ଦୂରଯାତ୍ରା କରି ଋଣରୁ ମୁକ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସମୟ ଗୁଡିକ ହସ ଖୁସିରେ ବିତିବ । କର୍ତ୍ତବ୍ୟ ଦାଇତ୍ଵ ବଢିଯିବ ଓ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଉଚିତ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

କର୍କଟ:-

ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ । ସମୟ ଗୁଡିକ ହସ ଖୁସିରେ ବିତିବ । ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ମିଳିବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ନୂତନ ଲୋକଙ୍କ ସହିତ ଭେଟ ହେବ । ନୂତନ ବନ୍ଧୁ ମିଳନ ହେତୁ ମନଖୁସୀ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବା ଫଳରେ ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ସମସ୍ତ ସମସ୍ୟାର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ କାମ କରି ପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରତ ହେବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଯିବା ଫଳରେ ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବା ସହ ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ସୁଖ ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବା ଫଳରେ ହସ ଖୁସିରେ ସମୟ କଟାଇବେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

ଶତୃମାନେ ପରାଜିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କ ସହଯୋଗରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପ୍ରତିକାର- ହଳଦୀ ପାଣିରେ ଗାଧାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!