ଦୈନିକ ରାଶିଫଳ: 08 ମଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କ ଭାଗ୍ୟ ଚମକିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୮ତାରିଖ, ରବିବାର, ମେଷମାସ ୨୫ଦିନ, ବୈଶାଖମାସ ଶୁକ୍ଳପକ୍ଷ, ସପ୍ତମୀ ତିଥି, ସନ୍ଧ୍ୟା ୫ଟା ୧ମିନିଟ୍ ଗତେ ଅଷ୍ଟମୀ ତିଥି, ପୁଷ୍ୟା ନକ୍ଷତ୍ର ଦିବା ୨ଟା ୫୬ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ରାତି ୮ଟା ୩୨ମିନିଟ୍ ପରେ ବୃଦ୍ଧି ଯୋଗ । ବାଣିଜ୍ୟ କରଣ ସନ୍ଧ୍ୟା ୫ଟା ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସନ୍ଧ୍ୟା ୫ଟା ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧ଟା ୧୯ମିନିଟ୍, ରାତ୍ରି ୧ଟା ୬ମିନିଟ୍ ରୁ ୨ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ୯ଟା ୬ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ରାତ୍ର ୧ଟା ୫ମିନିଟ୍, ରାତ୍ର ୨ଟା ୩୧ମିନିଟ୍ ରୁ ୩ଟା ୨ମିନିଟ୍ ।

ମେଷ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । କର୍ମପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖା ଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ଯେଉଁପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ପରିବାରରେ ଆଦର୍ଶବାଦୀ ହେଲେବି ଉଚିତ୍ ପନ୍ଥା ଗ୍ରହଣ କରି ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ, ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଯାତ୍ରାଫଳରେ ଉତ୍ସାହିତ ହେବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇ ଯିବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!