ଦୈନିକ ରାଶିଫଳ: 8 ନଭେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୮ତାରିଖ, ରବିବାର, ତୁଳାମାସ ୨୩ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ପ୍ରାତଃ ୭ଟା ୨୯ମିନିଟ୍ ଗତେ ଅଷ୍ଟମୀ ତିଥି, ପୁଷ୍ୟା ନକ୍ଷତ୍ର, ସକାଳ ୮ଟା ୪୪ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ନଡିଆ, ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୪୦ମିନିଟ୍ ରୁ ୮ଟା ୫୨ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୨୧ମିନିଟ୍।

ମେଷ:-

ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ମିଳି ପାରିବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଆନନ୍ଦିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ଉତ୍ତମ ରୋଜଗାର ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ନୂତନ ଯୋଜନାରେ ସଫଳତା ମିଳିବା ସହ ଆର୍ଥିକ ଉନ୍ନତିହେବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!