ଦୈନିକ ରାଶିଫଳ: 08 ନଭେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୮ତାରିଖ, ମଙ୍ଗଳବାର, ତୁଳାମାସ ୨୩ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି ଦିବା ୪ଟା ୩୨ମିନିଟ୍ ପରେ ପ୍ରତିପଦାତିଥି, ଦ୍ଵିଜାନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ବ୍ୟତିପାତ ଯୋଗ। ବବ କରଣ ଦିବା ୪ଟା ୩୨ମିନିଟ୍ ପରେ ବାଳବ କରଣ। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ଆମିଷ, ତୈଳ ନ ଖାଇଲେ ଭଲ ଦିବା ୪ଟା ୩୨ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ଦିବା ୪ଟା ୩୨ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ରି ୮ଟା ୧୮ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୬ଟା ୩୮ମିନିଟ୍, ସକାଳ ୮ଟା ୪୩ମିନିଟ୍ ରୁ ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୬ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ୧୧ଟା ୫୫ମିନିଟ୍, ରାତ୍ର ୧ଟା ୩୯ମିନିଟ୍ ରୁ ୩ଟା ୨୦ମିନିଟ୍, ରାତ୍ର ୪ଟା ୧୩ମିନିଟ୍ ରୁ ୫ଟା ୫୪ମିନିଟ୍। ପର୍ବଦିନ- କାର୍ତ୍ତିକପୂର୍ଣ୍ଣିମା, ରାସପୂର୍ଣ୍ଣିମା, କାର୍ତ୍ତିକ ବ୍ରତ ଉଦଯାପାନ, ମଙ୍ଗଳ ପୂର୍ଣ୍ଣିମାବ୍ରତ, ବାଲିଯାତ୍ରା, ଗୁରୁ ନାନକ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟୀମାନେ କାରବାର ଦିଗରୁ ସାମାନ୍ୟ ଲାଭବାନ୍ ହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି। ଶିକ୍ଷା କ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସମାଜସେବା କାମରେ ପ୍ରଶଂସା ମିଳିବ। ପୂର୍ବରୁ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବା ଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବୃଦ୍ଧି ପାଇପାରେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ସୁଖ ଶାନ୍ତିବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭକରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!