ଦୈନିକ ରାଶିଫଳ: 08 ଅକ୍ଟୋବର 2022, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୮ତାରିଖ, ଶନିବାର, କନ୍ୟାମାସ ୨୨ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର ଦିବା ୧୧ଟା ୨୪ମିନିଟ୍ ପରେ ମୀନ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ । ଗର କରଣ ଦିବା ୪ଟା ୩୧ମିନିଟ୍ ପରେ ବାଣିଜ୍ୟ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୨୪ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ରାତି ୩ଟା ୪୨ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୩ଟା ୪୨ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୨ଟା ୨୯ମିନିଟ୍, ଦିବା ୩ଟା ୫୭ମିନିଟ୍ ରୁ ସନ୍ଧ୍ୟା ୬ଟା ୫୭ମିନିଟ୍, ରାତ୍ର ୪ଟା ୧୦ମିନିଟ୍ ରୁ ୫ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୧୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୨ଟା ୩୦ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ୩ଟା ୫୬ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ଓ ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ଓ ପରିବାରର ସମର୍ଥନ ହେତୁ ଖୁସି ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-ସହକର୍ମୀ ଓ ଉଚ୍ଚାଧିକାରିମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବା ସହ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟକଳହର ଅବସାନ ଘଟିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବା ସହ ସରକାରୀ କାମରେ ସଫଳତା ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ମାନସିକବିଷାଦ ଦୂରହୋଇଶାନ୍ତି ଅନୁଭବ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ବ୍ୟବସାୟୀମାନେ ଆକସ୍ମିକ ଧନଲାଭ କରିବାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପରିବାରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗରେ ସୁଖପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ଅଧିକ ନିବିଡ ହେବେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରିରୀକ ଅସୁସ୍ଥତା ଦୂରହେବ ଓ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଶଂସିତ ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟିକ କ୍ଷେତ୍ରରେ ସ୍ଥିତି ସୁଧୁରିବା ସହ ପ୍ରବଳ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ଆୟ ଅପରିବର୍ତ୍ତିତ ରହିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବିଦ୍ୟା କ୍ଷେତ୍ରରେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତି କାମରେ ଖୁସି ହେବେ । ଲକ୍ଷ୍ୟ ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ରହିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!