ଦୈନିକ ରାଶିଫଳ: ୦୮ ସେପ୍ଟେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୮ ତାରିଖ, ମଙ୍ଗଳବାର, ସିଂହ ମାସ ୨୪ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତା ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୦ମିନିଟ୍, ଦିବା ୧୨ଟା ୫୮ମିନିଟ୍ ରୁ ୧ଟା ୧୫ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୫ଟା ୫୨ମିନିଟ୍ ରୁ ୬ଟା ୩୮ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୧୧ଟା ୨୦ମିନିଟ୍। ପର୍ବଦିନ- ଅପର ପକ୍ଷର ଷଷ୍ଠୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକରେ ଲାଭଦାୟକ ହେବ। କୌଣସି ଧାର୍ମିକସ୍ଥାନରେ କିଛି ଅର୍ଥ ବ୍ୟୟ କରି ପାରନ୍ତି। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍।  ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ମାନସିକ ସ୍ଥିତି ଭଲ ରହିବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଶିଳ୍ପବାଣିଜ୍ୟ କାମରେ ପ୍ରଶଂସା ମିଳିବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ।  ଶୁଭ ସୂଚନା ମଧ୍ୟ ପାଇବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦୂରଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ଶୁଭ କାମ କରି ପ୍ରଶଂସିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦିତ ହେବ।  ସନ୍ତାନମାନଙ୍କ ପାଇଁ ଆନନ୍ଦିତ ରହିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବା ଫଳରେ ସମ୍ମାନଲାଭ କରିବେ। ଟିମୱାର୍କ ଓ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରି ପାରିବେ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିଳନ ହେତୁ ମନଖୁସୀ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଦହିମିଠାଖାଇ ଘରୁ ବାହାରନ୍ତୁ।

ଧନୁ:-

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହୋଇପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବ୍ୟବସାୟରେ କର୍ତ୍ତବ୍ୟନିଷ୍ଠା ରକ୍ଷାକରିଲେ ଲାଭବାନ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଛାତ୍ରଛାତ୍ରୀମାନେ ସାହିତ୍ୟଚର୍ଚ୍ଚା ଓ ବିଦ୍ୟାରେ ସଫଳ ହେବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମନବଳ ଦୃଢିଭୁତ ହେବା ଫଳରେ ସମ୍ୟକ ବୁଦ୍ଧି ଜାଗ୍ରତ ହେବା ସହ  ଇଛାଶକ୍ତି ପ୍ରବଳ ହେବ। ଆବଶ୍ୟକସ୍ଥଳେ ସହଯୋଗ ପାଇ କାର୍ଯ୍ୟଦକ୍ଷତା ଦେଖାଇବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ।  ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ।  ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!