ଦୈନିକ ରାଶିଫଳ: ୦୯ ଏପ୍ରିଲ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୯ତାରିଖ, ଗୁରୁବାର, ମୀନ ମାସ ୨୭ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୪ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ବିଦ୍ୟୁତ୍ ଓ ଯାନବାହାନ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ।ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଅଧିକ ବ୍ୟୟ ଘଟିବ। ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:- 

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପାରିବାରିକ ଜୀବନ ଆନନ୍ଦରେ କଟିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେଇପାରେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ।  ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ।  କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅଧିକ କର୍ମର ଚାପରେ ସାମୟିକ ଶାରୀରିକ ପୀଡା ଦେଖା ଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବା ସହ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ।ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ଲେଖାପଢା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଘାତରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ।ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀ ମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଘରୁ ପଦାକୁ ବାହାରିଲେ ଅସୁସ୍ଥତା ଅନୁଭବ କରିବେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟୀ ମାନଙ୍କର କାରବାର ବଢିବ। ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!