ଦୈନିକ ରାଶିଫଳ: 09 ଏପ୍ରିଲ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୯ତାରିଖ, ଶୁକ୍ରବାର, ମୀନମାସ ୨୭ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୬ଟା ୨୫ମିନିଟ୍, ସକାଳ ୭ଟା ୧୭ମିନିଟ୍ ରୁ ୮ଟା ୪୧ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା ୫୮ମିନିଟ୍, ସନ୍ଧ୍ୟା ୭ଟା ୩୩ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ପଦୋନ୍ନତିପାଇ ଉତ୍ସାହିତ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲିଯିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହୋଇ ରୋଜଗାର ସମସ୍ୟା ସୁଧୁରି ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ବକେୟା ଅର୍ଥ ଆଦାୟ ହୋଇପାରେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବ୍ୟବସାୟରେ ନିଜର ଯୋଜନା ମୁତାବକ କାର୍ଯ୍ୟକରି ସଫଳତା ଅର୍ଜନ କରିବେ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ଲକ୍ଷ୍ମୀଙ୍କ କୃପା ଫଳରେ ପୂର୍ଣ୍ଣ ସଫଳତା ସହ ପୂର୍ବ ସମସ୍ୟାର ସମାଧାନ ହୋଇ ଆକସ୍ମିକ ଧନ ପ୍ରାପ୍ତ ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହଜ ସରଳରେ କର୍ମନିଯୁକ୍ତି ପାଇବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ନୂତନ ଆୟପନ୍ଥା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!