ଦୈନିକ ରାଶିଫଳ: 09 ଏପ୍ରିଲ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାର ଓ ବନ୍ଧୁଙ୍କଠାରୁ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଜୀବନ ସାଥିଙ୍କ ସହ ମନୋମାଳିନ୍ୟ ଦେଖା ଦେବ। ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ଶତୃ, ରୋଗ ଋଣର ଶୀକାର ହୋଇପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆୟରସ୍ରୋତ ଖୋଲିଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବ। ସାମାଜିକ କାର୍ଯ୍ୟ ହେତୁ ଯାତ୍ରା କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଶୁଭ ସମାଚାର ମିଳିପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅନେକ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂଆ ଜ୍ଞାନର ବୃଦ୍ଧି ହେବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସାମାଜିକ ପତିଆରା ଅମଳିନ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଆପଣଙ୍କ ସପକ୍ଷରେ ଯିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସମ୍ପର୍କିୟ ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବା ଦ୍ୱାରା ଲାଭଦାୟକ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟୀମାନେ କାରବାରବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ପରିଶ୍ରମର ମୂଲ୍ୟ ନିଶ୍ଚୟ ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ରାଜନୈତିକ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେଇ ପାରନ୍ତି। କୌଣସି ସାର୍ବଜନିକ କାର୍ଯ୍ୟପାଇଁ ଧାଁ ଦୌଡ ଅଧିକ କରିବା ଫଳରେ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥସଙ୍କଟରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଶତୃ ଓ ବିରୋଧୀ ମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!