ଦୈନିକ ରାଶିଫଳ: 09 ଅଗଷ୍ଟ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୯ତାରିଖ, ମଙ୍ଗଳବାର, କର୍କଟମାସ ୨୪ଦିନ, ଶ୍ରାବଣମାସ ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ମୂଳା ନକ୍ଷତ୍ର ଦିବା ୧୨ଟା ୧୬ମିନିଟ୍ ପରେ ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । ବବ କରଣ ସକାଳ ୭ଟା ୨୬ମିନିଟ୍ ପରେ ବାଳବ କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୪୬ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସନ୍ଧ୍ୟା ୫ଟା ୪୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୩ଟା ୩ମିନିଟ୍, ରାତ୍ରି ୭ଟା ୩୯ମିନିଟ୍ ରୁ ୯ଟା ୩ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ଦିବା ୧ଟା ୨୬ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୫ଟା ୨୩ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୬ଟା ୫୯ମିନିଟ୍, ରାତ୍ର ୯ଟା ୧୬ମିନିଟ୍ ରୁ ୧୧ଟା ୨୮ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୧୩ମିନିଟ୍ । ପର୍ବଦିନ- ଶ୍ରୀବିଷ୍ଣୁ ପବିତ୍ରାରୋପଣ, ଆଖେଟକ ପର୍ବ ।

ମେଷ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶୁଭ ସମ୍ବାଦ ପାଇବେ । ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ପରିବହନରେ ବିଶେଷ ଲାଭବାନ ହେବେ ଓ ଆୟରପନ୍ଥା ସହଜ ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଶୁଭ ସମାଚାର ପାଇ ମନ ଖୁସି ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଯୋଗଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଘରର ଗୁରୁଜନ ବା ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଅନେକ ଦିଗରୁ ଖୁସି ମିଳିବ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କାରବାରରେ ଲାଭ ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଦୂରଯାତ୍ରାରେ ସଫଳତା ମିଳିବ ଓ ଉତ୍ତମ ରୋଜଗାର କରି ପାରିବେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବନ୍ଧୁମିତ୍ରଙ୍କ ଠାରୁ ସହଯୋଗ ମିଳିବା ସହ ପରିବାରରେ ମାନସିକ ଶାନ୍ତି ମିଳିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ଅଧିକ କର୍ମବ୍ୟସ୍ତତା, ବିଶ୍ରାମଶୂନ୍ୟତା, ଗୁରୁଭୋଜନ ଓ ଖାଦ୍ୟପେୟରେ ଅନିୟମିତତା ଅସୁସ୍ଥତାର ମୁଖ୍ୟ କାରଣ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବା ଫଳରେ କୌଣସି କାମରେ ମନ ଲାଗିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-କୋର୍ଟ କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବା ସହ ସମ୍ମାନୀତ ହେବେ । ଖେଳ, ବିଦ୍ୟା କ୍ଷେତ୍ରରେ ଆଦୃତ ହେବେ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!