ଦୈନିକ ରାଶିଫଳ: 09 ଡିସେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୯ତାରିଖ, ବୁଧବାର, ବିଛାମାସ ୨୪ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ନବମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ଦିବା ୧୨ଟା ୩୧ମିନିଟ୍ ଗତେ ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୩ଟା ୧୭ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୪ମିନିଟ୍ ରୁ ୮ଟା ୨୨ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧୧ଟା ୩୮ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୩ଟା ୩୬ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୨ଟା ୫୫ମିନିଟ୍ । ପର୍ବଦିନ:- କାଞ୍ଜିଅଁଳା ନବମୀ ।

ମେଷ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୌଣସି ଏକ ବନ୍ଧୁଙ୍କ ସାହାଯ୍ୟ ପାଇ ବିଗିଡିଥିବା କାର୍ଯ୍ୟ ସୁଧାରି ପାରିବେ । ଲୋକସଂପର୍କ ଓ ସଂଚାର କ୍ଷେତ୍ରରେ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରି ଧନ ଉପାର୍ଜନ କରିପାରିବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରେମ ଓ ରୋମାନ୍ସ ମାମଲାରେ ଅଗ୍ରଗତି ହେବ । ବିଦ୍ୟାକ୍ଷେତ୍ରରେ ସମୟ ସଦୁପଯୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସନ୍ତାନଙ୍କ ସହ ଭ୍ରମଣ କରିବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହ ସକ୍ଷାତ ହୋଇ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ନିକଟ ସଂପର୍କୀୟଙ୍କ ସେବା ଶୁଶୃଶା କରିବାର ସୁଯୋଗ ପାଇବେ । ପରିବାରରେ ଅନ୍ତରଦ୍ୱନ୍ଦ ସ୍ଥିତିକୁ ନିୟନ୍ତ୍ରଣ ନକଲେ ଭବିଷ୍ୟତରେ ପସ୍ତେଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କେତେକ କ୍ଷେତ୍ରରେ ଏପ୍ରକାର ସଫଳତା ମିଳିବ ଯାହାକି ତା ନିକଟରେ ହୀରା ଭଳି ପଦାର୍ଥ ଫିକା ପଡିଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ସାମାଜିକ କଲ୍ୟାଣ କାମରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ । ଶିକ୍ଷାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପୁରୁଣା ସମସ୍ୟା ଓ ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲାର ସମାଧାନ ହେବ । ବାହାରକୁ ଯିବାପାଇଁ ଯୋଜନା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବ୍ୟବସାୟରେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ । ସମୟ ଅନୁକୁଳ ଥିବାରୁ ବିଜୟ ଓ ସଫଳତା ଆପଣଙ୍କ ପାଦ ଚୁମିବ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରି ପାରନ୍ତି । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦ ସୁଧାରିବାକୁ ଚେଷ୍ଟା କରିବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ପରିବହନ ବ୍ୟବସାୟ କ୍ଷେତ୍ରରୁ ବିଶେଷ ଲାଭବାନ ହେବେ । ପିଲାଙ୍କ ସହ ଖୁସିରେ ରହିବେ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସାମୟିକ ଚିନ୍ତା ଦୂରହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଲଟେରୀ, ଶେୟାର ମାର୍କେଟ, ରୁଣ ଆଦାନପ୍ରଦାନରେ ଲାଭବାନ ହେବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଆୟ ଉତ୍ତମ ହେବା ସହ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଆଳସ୍ୟ ତ୍ୟାଗ କରି କାମ କାର୍ଯ୍ୟରେ ମନ ଦେବେ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବା ଯୋଗେ ମଉଜମସ୍ତିରେ ସମୟ କଟିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଋଣ ଭରଣାରେ ସହଜ ହେବ । ଲମ୍ବା ଯାତ୍ରାରେ ଲାଭବାନ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶରୀର ସୁସ୍ଥ ରହିବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଯେଉଁ କାର୍ଯ୍ୟରେ ହାତ ଦେବେ, ଠିକ୍ ନିର୍ଣ୍ଣୟ କରିପାରିବେ । ଶତୃ ପରାଜିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଉତ୍ତମ ରୋଜଗାର ମିଳିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!