ଦୈନିକ ରାଶିଫଳ: 09 ଫେବୃୟାରୀ ୨୦୨୧, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୯ତାରିଖ, ମଙ୍ଗଳବାର, ମକରମାସ ୨୭ଦିନ, ମାଘମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୦ଟା ୫୨ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୪ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ୪ଟା ୫୩ମିନିଟ୍, ସନ୍ଧ୍ୟା ୫ଟା ୪୦ମିନିଟ୍ ରୁ ୬ଟା ୨୯ମିନିଟ୍, ରାତ୍ର ୯ଟା ୩ମିନିଟ୍ ରୁ ୧୧ଟା ୩୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କର୍ମଚାରୀ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଧରା ପଡିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-

ଶରୀର ସୁସ୍ଥ ରହିବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଆତ୍ମୀୟମାନେ ଭିତରେ ଚେର କାଟି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

କର୍କଟ:-

ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇ ପାରେ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହପାଳିତ ପଶୁ ଓ ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । କର୍ମପ୍ରତି ଉତ୍ସାହ ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶାରୀରିକ କଷ୍ଟ ଦୂରେଇ ଯିବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଦୂରଯାତ୍ରା କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!