ଦୈନିକ ରାଶିଫଳ: 09 ଫେବୃୟାରୀ 2023, ମା’ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୯ତାରିଖ, ଗୁରୁବାର, ମକରମାସ ୨୭ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ଦିବା ୪ଟା ୪୫ମିନିଟ୍ ପରେ ଧୃତି ଯୋଗ । ସକାଳ ୬ଟା ୨୩ମିନିଟ୍ ପରେ ବବ କରଣ ସନ୍ଧ୍ୟା ୭ଟା ୧୩ମିନିଟ ପରେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ନିଷିଦ୍ଧଖାଦ୍ୟ- ପୋଟଳ ସକାଳ ୬ଟା ୨୩ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ସକାଳ ୬ଟା ୨୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୦ମିନିଟ୍ ରୁ ଦିବା ୪ଟା ୧୪ମିନିଟ୍, ଦିବା ୪ଟା ୧୪ମିନିଟ୍ ରୁ ୫ଟା ୩୯ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୬ମିନିଟ୍ । ଶୁଭସମୟ- ସକାଳ ୬ଟା ୨୨ମିନିଟ୍ ରୁ ୭ଟା ୫୨ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ୩ଟା ୪୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଶରୀର ଅସୁସ୍ଥ ରହି ପାରେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରିପାରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସନ୍ତାନଙ୍କ ଉନ୍ନତିରେ ଖୁସୀ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ମାନସିକ ଅଶାନ୍ତି ଦୂର ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ପଦୋନ୍ନତି ଓ ନୂତନକର୍ମ ପ୍ରାପ୍ତି ହୋଇ ପାରେ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯାଇ କରଜର ମାତ୍ରା ହ୍ରାସପାଇବା ଫଳରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆୟ ଅଧିକ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ହରାଇଥିବା ଧନ ପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!