୨୦୨୩ମସିହା, ଜାନୁୟାରୀ ମାସ ୯ତାରିଖ, ସୋମବାର, ଧନୁମାସ ୨୫ଦିନ, ମାଘମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି ଦିବା ୯ଟା ୩୯ମିନିଟ ପରେ ତୃତୀୟା ତିଥି , ଆଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବିଷ୍ଣୁମ୍ଭ ଯୋଗ ଦିବା ୧୦ଟା ୩୧ମିନିଟ୍ ପରେ ପ୍ରୀତି ଯୋଗ । ଗର କରଣ ଦିବା ୯ଟା ୩୯ମିନିଟ୍ ପରେ ବଣିଜ କରଣ ରାତ୍ରି ୧୦ଟା ୫୫ ମିନିଟ ପରେ ବିଷ୍ଟି କରଣ । ମିଥୁନ ରାଶିର ଘାତ ବାର । ବୋଇତିକଖାରୁ ନ ଖାଇଲେ ଭଲ ସକାଳ ୯ଟା ୩୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୯ଟା ୩୯ମିନିଟ୍ ପରେ ଆଗ୍ନୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୮ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୨ଟା ୩୬ମିନିଟ୍ ରୁ ୩ଟା ୫୮ମିନିଟ୍, ରାତ୍ରି ୧୦ଟା ୧୫ମିନିଟ୍ ରୁ ୧୧ଟା ୫୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୯ଟା ୨୧ମିନିଟ୍ ରୁ ୧୧ଟା ୩୧ମିନିଟ୍, ରାତ୍ର ୭ଟା ୫୭ମିନିଟ୍ ରୁ ୧୦ଟା ୧୫ମିନିଟ , ରାତ୍ର ୨ଟା ୫୭ମିନିଟ୍ ରୁ ୩ଟା ୪୯ମିନିଟ୍ ।
ମେଷ:-ଦୂର ଯାତ୍ରାରେ ସଫଳତା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-ଶାରିରୀକ ସୁସ୍ଥତା ଦେଖା ଦେବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:-ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ଶତୃମାନେ ପରାଜିତ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ଅଫିସରେ ଟେନସନ ଦୂର ବେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବାସହ ପ୍ରଶଂସା ମିଳିପାରେ । ରାଜନୈତିକ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ସାମାଜିକ ପତିଆରା ଅମଳିନ ରହିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ସ୍ୱାସ୍ଥ୍ୟ ଠିକ୍ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ବ୍ୟବସାୟରେ ଆଶାତୀତ ଲାଭହେବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।